ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର
-ଉତ୍କଳଗୌରବ ମଧୁସୂଦନ ଦାସ
ହରି ସିଂହ ସରକାରୀ କର୍ମରେ ବାହାଲ ହେବା ଦିନଠାରୁ ମଫସଲର ସାନ ବଡ଼ ଅନେକ ପୋଷ୍ଟ ଅଫିସ୍କୁ ବଦଳି ହୋଇ କର୍ମ ଇଞ୍ଜାମ କରି ଆସିଲେଣି ଆଜକୁ ଦଶ ବରଷ ହେଲା କଟକ ସଦର ପୋଷ୍ଟଅଫିସ୍ରେ ବରାବର ରହି କର୍ମ କରୁଛନ୍ତି…