ପିତାମାତା କରିଛନ୍ତି ଶରୀର ପାଳନ
ଯାହାଙ୍କ ଦୟାରେ ରହିଅଛି ଏ ଜୀବନ
ତାଙ୍କ ପାଦରେ ଜୁହାର,
ତାଙ୍କ ଋଣ ଶୁଝିବାକୁ ଶକତି କାହାର
-କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ର
ଜାତିସଂଘ ଉଦ୍ଦ୍ୟେଶିକାରେ ଆଉ ଗୋଟିଏ ପଦ ଯୋଡାଯାଇଥିଲେ ବିଶ୍ବ ଲୋକସଂଖ୍ୟାର ପାଖାପାଖି ଅଧେ, ଅର୍ଥାତ୍ ପୁରୁଷ ଜାତି ଉପକାର ପାଇଥାନ୍ତେ ତାହା ହେଲା, ନିଜ ରୂପ ଆକର୍ଷଣୀୟ ଦେଖାଯିବା ମଧ୍ୟ ଏକ ମାନବାଧିକାର ବିଶ୍ବ ସମତା ପ୍ରତିଷ୍ଠା ଦିଗରେ ଏହା ଅନ୍ତତଃ ଏକ ପଦକ୍ଷେପ ତ ହୋଇଥାନ୍ତା ସନ୍ଧି-କୂଟନୀତି-ଯୁଦ୍ଧ-ଶାନ୍ତି ଭିନ୍ନ ନୂଆ କିଛି ରୋମାଣ୍ଟିକ୍ ଧାରଣା ପୁରୁଷ ଜାତି ପାଇଁ ସୃଷ୍ଟି ହେବାର ସମ୍ଭାବନା ଥାଆନ୍ତା ବିଶ୍ବର ଅବସ୍ଥା ଯାହା ଥାଉ ନା କାହିଁକି, ବାକି ଆଠ’ଣା ନାରୀମାନେ ନୈଷ୍ଠିକ ଭାବେ ତାହା ପାଳନ କରିବାର ପ୍ରାକୃତିକ ଅଧିକାର ପାଇଛନ୍ତି
ବାବୁ ଚନ୍ଦ୍ରକାନ୍ତ ମୌକିଲ୍ ଦେଖିବାକୁ ବେଶ୍ ସୁନ୍ଦର ସ୍ତ୍ରୀ ମନୋରମାଙ୍କ କଥା ନ କହିଲେ ଚଳିବ ଦେବୀ ଭାଷାରେ, ଯଥା କାର୍ତ୍ତିକେୟସ୍ୟ ବ୍ରହ୍ମା ନନ୍ଦିନୀ ବା ଦି’ଜଣଯାକ ଯେମିତି ଫିଲଟର୍ ଉଇଲ୍ସ୍ ସିଗାରେଟ କମ୍ପାନୀର ବିଜ୍ଞାପନ- ମେଡ୍ ଫର୍ ଇଚ୍ ଅଦର୍ ପରି
କାନ୍ତ ଥରେ ଟୁର୍ରୁ ଫେରି ବ୍ୟାଗ୍ ବ୍ରିଫ୍କେଶ୍ ଫୋପାଡି ତରବର ହୋଇ ଅଫିସ୍ ପଳାଇଲେ ଜିନିଷପତ୍ର କାଢି ସଜାଡିବା ବେଳକୁ ରମା ଏମିତି କିଛି ଦ୍ରବ୍ୟ ଦେଖିଲେ ଯାହା ତାଙ୍କୁ ନିହାତି ଅସଙ୍ଗତ ଲାଗିଲା ଆଇବ୍ରୋ ପେନ୍ସିଲ, ଟୁଇଜର୍ ଓ ଲିପ୍ଷ୍ଟିକ୍ ସ୍ବାମୀଙ୍କୁ ଏ ପ୍ରକାର ସନ୍ଦେହ ସେ କେବେ କରି ନ ଥିଲେ ବାହାଘର ଏଗାର ବର୍ଷ ହେଲାଣି ପୁଅର ଚତୁର୍ଥ ଶ୍ରେଣୀ ରମାଙ୍କ ପଞ୍ଜରା ଭିତରଟା ଅଜାଣତରେ ଥରିଉଠିଲା ପରିବା ଭାବେ ସାରୁ ଓଲୁଅ ଇତ୍ୟାଦିକୁ ପଛେ ବିଶ୍ବାସ କରିହେବ କିନ୍ତୁ ପୁରୁଷ ମନ ଯେ ଭୋଦେଇ ବଉଦ; ଢାଳିଦେଲା ତ ସବୁ ଭାସିଗଲା, ଉଡିଗଲା ତ ଠିଆ ମରୁଡି ସେଇଥି ସକାଶେ ବଡପୁରୁଷ କହିଛନ୍ତି- ନର ମାୟା ନାରାୟଣଙ୍କୁ ଅଗୋଚର
ପୁରୁଷର ବିତ୍ତ ବା ବରବାଦୀ ଜାଣିବା ହୁଏତ ଅସମ୍ଭବ ହୋଇପାରେ, ମାତ୍ର ଦୁଶ୍ଚରିତ୍ର ଠଉରେଇବା ମାମଲାରେ ନାରୀ ନିଜେ ଏକ ଚବିଶଘଣ୍ଟିଆ ଭ୍ରାମ୍ୟମାଣ ପରୀକ୍ଷାଗାର ଆଉ ବଡ ପରୀକ୍ଷା କଥା ଦୂରକୁ ଥାଉ; ସ୍ବାମୀ ପୁଅ କି ଝିଅ କାହା ସହ ଘଷିନେଷି ହୋଇଥିଲେ, ସେମାନେ ସାର୍ଟ ବା ଗଞ୍ଜି ଶୁଂଘି ଜାଣିପାରନ୍ତି
ଏଣିକି ରମାଙ୍କ ମନକୁ ଆସିଯାଉଥାଏ, ପୁରୁଷ ମନ ଯେ ଭ୍ରମର ପ୍ରାୟ ନିଜକୁ ସିଏ ତତ୍କ୍ଷଣାତ୍ ବୁଝେଇଦିଅନ୍ତି ହ୍ୟାତ୍, ଯିଏ ଶାଳୀମାନଙ୍କ ସହିତ ଦେଢ଼ଶୁର ପରି ହୁଅନ୍ତି ତାଙ୍କର ପୁଣି ଏତେ ସାହାସ ଆସିବ କୋଉଠୁ ? ପଚାରି ଦେବେ କି ? ପୁଣି ମନ କହେ – ବୋକୀ ଲୋ, କେହି କଣ ଏମିତି କଥାରେ ସତ କହନ୍ତି ଯେ, ତତେ ସେ କହିବେ ? କୁଆଡ଼େ ପୁରୁଷ ମାନି ଯାଏ, କ୍ଷମା ମାଗେ, ହଲପ କରି କହେ – ଆଉ ସେମିତିକା ଭୁଲ କରିବନି ! ଫୁଃ, ଏଗୁଡ଼ାକୁ ସବୁ ବହି କଥା ପଢ଼ିଲେ ଭଲ ଲାଗେ ହେଲେ ରକ୍ତମାଂସର ଜୀବନ କିନ୍ତୁ ଏତେ ନାଟକ ସମ୍ଭାଳିବାକୁ ପ୍ରସ୍ତୁତ ହୁଏନା
ଏମିତିକା ମନଛନ୍ଦା ଜଞ୍ଜାଳରୁ ରମାଙ୍କୁ ନିସ୍ତାର ମିଳୁ ନ ଥାଏ ଯେମିତି ଘଟଣା ସତ ହୋଇଥିଲେ ବି ମନ କହୁଥାଏ ବିଶ୍ବାସ କରନା ଲୋ, ମରିଯିବୁ ବରଂ ଉଚିତ୍ ହେବ, ସନ୍ଦେହ ବୋଲି ଭାବି ବଞ୍ଚିଯା ସେଇ ମନ ପୁଣି ଟାଣିଭିଡ଼ି ନେଇଯାଏ ତାକୁ ନିଷିଦ୍ଧ ଓ ଗହନ ଇଲାକାକୁ, ପ୍ରମାଣ ପରେ ପ୍ରମାଣ ଉଣ୍ଡାଳିବାକୁ
ତାଙ୍କ ପ୍ରେମ ପାଇଁ ମୁଁ ହିଁ ଅନନ୍ୟ ଓ ଶ୍ରେଷ୍ଠ ପରି ଯୁକ୍ତି ସପକ୍ଷରେ ନାରୀ ଯେଉଁ ବଳୟଟି ତିଆରି କରି ତହିଁରେ କାହାରି ଅନୁପ୍ରବେଶ ଅସମ୍ଭବ ବୋଲି ଭାବି ରହିଥାଏ ଏବଂ ତାହା ପରଖିବା କଦାପି ସମ୍ଭବ ହେଉ ନ ଥିବାରୁ, ଭାଗ୍ୟହୀନର ପ୍ରତିରକ୍ଷା ମଧ୍ୟ ସେହିପରି ବେଅକଲ ଅନୁମାନ ଉପରେ ନିର୍ଭର କରି ରହିଥାଏ ଭାଙ୍ଗି ନ ଯିବା ପର୍ଯ୍ୟନ୍ତ, ଭୁଶୁଡ଼ି ନ ଯିବା ପର୍ଯ୍ୟନ୍ତ ପ୍ରେମ କଣ ବା ଫିସାଦି କଣ, ତୁ କେମିତି ଜାଣିବୁ, ଲୋ ହୁଣ୍ଡି ? ମନେ ପଡ଼େ, ତା କେଶରୁ କେଉଁଠି ଗୋଟେ ଅଧେ ପାଚିଯାଇଥିବା ଚନ୍ଦ୍ରକାନ୍ତଙ୍କୁ କାହିଁକି ଦେଖାଯାଉଥିଲା ? ସେ ତାଙ୍କୁ ଡାଇଙ୍ଗ୍ କରିବାକୁ କହୁଥିଲେ ତା’ହେଲେ ଏଇଥି ସକାଶେ ? ପୁରୁଷଗୁଡ଼ାଙ୍କର ସବୁ ବେଷ୍ଟ ଦରକାର ନା ? ଅଇଁଠା ଚାଟିଲା ବେଳେ ସତରେ ଯେମିତି ସେଇଆ ମିଳୁଥାଏ !
ପୃଷ୍ଠା ସଂଖ୍ୟା : 1 2
ମତାମତ ସଂଖ୍ୟା - ୨ ଆପଣଙ୍କ ମତାମତ ?
୧. Nachiketa Mishra | ଫେବୃଆରୀ ୩, ୨୦୧୧ - ୩:୩୭ ପୂର୍ବାହ୍ନ
ଭଲ ଲାଗିଲା | ଲେଖକଙ୍କୁ ଅନେକ ଶୁଭକାମନା|୨. ପ୍ରୁଥୀରାଜ ପାତ୍ର (ଚାଣକ୍ୟ) ୯୪୩୭୭୭୧୬୯୧ | ଜୁଲାଇ ୧୮, ୨୦୧୧ - ୭:୧୭ ପୂର୍ବାହ୍ନ
ଖୁବ ମଜା ଲଗିଲା ସିଖିଲି ଜେତିକି ହସିଲି ସେତିକି