ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ସର୍ବମୋଟ ମତଦାନ: ୧୮୨୮ Back to Vote Screen

ଲେଖକ ଓ ଲେଖିକା

ମନୋରଞ୍ଜନ ପାଣିଗ୍ରାହୀ
ଫନି ମହାନ୍ତି
ଚନ୍ଦ୍ରଶେଖର ରଥ
ରମେଶ ଚନ୍ଦ୍ର ଦାସ
ଗଣେଶ୍ୱର ମିଶ୍ର
କେ.ଶ୍ୟାମବାବୁ ଦୋରା

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

 
 
ତା: ଜୁନ୍ ୧୪, ୨୦୧୦  
ମୂଳ ପୃଷ୍ଠାସାହିତ୍ୟ ଜଗତ ଖବର
 

sahitya samarohaରାଉରକେଲା: ଗତକାଲି ରଜ ଉତ୍ସବ ଉପଲକ୍ଷେ ଉଦିତ୍‌ନଗର ସ୍ଥିତ ଆଇଟିଡିଏ ସମ୍ମିଳନୀ କକ୍ଷରେ ଏକଦିନାତ୍ମକ ରାଜ୍ୟସ୍ତରୀୟ ସାରସ୍ବତ ସମାରୋହ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି ୤ ବେଦବ୍ୟାସ ସାହିତ୍ୟ ଓ ସଂସ୍କୃତି ପରିଷଦ (ରାଉରକେଲା) ଓ ସୁଲେଖା ସାହିତ୍ୟ ସଂସ୍କୃତି ପରିଷଦ (ପୁରୀ)ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଉକ୍ତ ଉତ୍ସବରେ ରାଜ୍ୟର ୧୦ଜଣ କୃତୀ ସାହିତ୍ୟିକଙ୍କୁ ବେଦବ୍ୟାସ ସାରସ୍ବତ ସମ୍ମାନ ୨୦୧୦ ରେ ସମ୍ମାନିତ କରାଯାଇଥିଲା ୤ ସେହିପରି ପୁରୀର ସାହିତ୍ୟିକ ସଦାଶିବ ମିଶ୍ର ଏବଂ କଟକର ଗିରିଜାଶଙ୍କର ଶ୍ରୀଚନ୍ଦନ ମହାପାତ୍ରଙ୍କୁ ନାଗରିକ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ୤ କବି ଅଜୟ ବିଶ୍ବାଳଙ୍କୁ ସୁଲେଖା ସାରସ୍ବତ ସମ୍ମାନ ଓ ଚିତ୍ରଶିଳ୍ପୀ ରଶ୍ମୀରେଖା ଧଳଙ୍କୁ ସୁଲେଖା ସାରସ୍ବତ ଶିଳ୍ପୀ ସମ୍ମାନ ରେ ସମ୍ମାନିତ କରାଯାଇଥିଲା ୤

ଏହି ଅବସରରେ ଆଜିର ଓଡିଆ ଗଳ୍ପ ପାଠକଠାରୁ ଦୂରଉଛି କାହିଁକି ଶୀର୍ଷକ ଏକ ଆଲୋଚନାଚକ୍ର ମଧ୍ୟ ଅନୁଷ୍ଠିତ ହୋଇଥିଲା ୤ ଉକ୍ତ ଆଲୋଚନାରେ ମୁଖ୍ୟ ବକ୍ତା ଭାବେ ଓଡିଆ ଭାଷାର ପ୍ରାଧ୍ୟାପକ ଆଦିକନ୍ଦ ସାହୁ ଯୋଗଦେଇ ଆମ ଦେଶର ମହାନ ସଂସ୍କୃତି ଓ ପରମ୍ପରାକୁ ଭିତ୍ତିକରି ସାହିତ୍ୟ ସୃଷ୍ଟି କରିବାକୁ ଆହ୍ବାନ ଦେଇଥିଲେ ୤ ଉତ୍ସବରେ ମୂଖ୍ୟ ଅତିଥି ଭାବେ ପାନପୋଷ ଉପ-ଜିଲ୍ଲାପାଳ ମହେନ୍ଦ୍ର ପଟ୍ଟନାୟକ ଆଜିର ସାହିତ୍ୟ ଅବକ୍ଷୟକୁ ଦୂର କରିବା ପାଇଁ ସାହିତ୍ୟିକମାନେ ଚେଷ୍ଟା କରିବା ଉଚିତ୍ ବୋଲି କହିଥିଲେ ୤ ଉକ୍ତ କାର୍ଯ୍ୟକ୍ରମରେ ବେଦବ୍ୟାସ ସାହିତ୍ୟ ଓ ସଂସ୍କୃତି ପରିଷଦର ସଭାପତି ଡାକ୍ତର ରାହାସ ବିହାରୀ ମହାପାତ୍ର ଅଧ୍ୟକ୍ଷତା କରିଥିଲେ ୤ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମର ସଞ୍ଚାଳନ ପରିଷଦର ସମ୍ପାଦକ ଗୌରାଙ୍ଗ ଚନ୍ଦ୍ର ଦାସ କରିଥିଲେ ୤

ତୁଣ୍ଡ ବାଇଦ :
  ଲେଖା ପଠାନ୍ତୁ - ନିୟମାବଳୀ →
 
ଆପଣଙ୍କ ମତାମତ ?
କମ୍ପ୍ୟୁଟର୍ keyboardର F12 ବୋତାମ୍ ଟିପି ଓଡିଆରେ ଲେଖିବା ଆରମ୍ଭ କରନ୍ତୁ କିମ୍ବା ଓଡିଆ କି-ବୋର୍ଡ୍ ( ପୃଷ୍ଠାର ଶୀର୍ଷ-ଦକ୍ଷିଣ ପାର୍ଶ୍ବରେ ) ନିର୍ଦ୍ଧାରଣ କରି ଲେଖନ୍ତୁ୤ ଓଡିଆ ଲେଖିବା ପାଇଁ କୌଣସି ବିଶେଷ softwareର ଆବଶ୍ୟକତା ନାହିଁ୤




ବି.ଦ୍ର: ବ୍ୟକ୍ତିଗତ ଗୋପନୀୟତା ଦୃଷ୍ଟିରୁ, ନିଜର ଇ-ମେଲ୍ କିମ୍ବା ଫୋନ୍ ନଂ ଏହି ମତାମତ ବିଭାଗରେ ପ୍ରକାଶ ନ କରିବା ପାଇଁ ଅନୁରୋଧ୤