ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ମତଦାନ ଫଳାଫଳ

ଲେଖକ ଓ ଲେଖିକା

ଶାରଦା ପ୍ରସାଦ ମିଶ୍ର
ଲକ୍ଷ୍ମୀଧର ନାୟକ
ବ୍ରହ୍ମାନନ୍ଦ ପଣ୍ଡା
ସନ୍ୟାସୀ ନାୟକ
ବିପ୍ର ଆଚାର୍ଯ୍ୟ
କୁନ୍ତଳା କୁମାରୀ ସାବତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଲିଙ୍ଗରାଜ ଏବଂ ଓଡ଼ିଶାରେ ଅଶୋକାଷ୍ଟମୀ
 |- ଓଡ଼ିଆସାହିତ୍ୟ ପ୍ରେସ୍‌
 
 
ତା: ଏପ୍ରିଲ୍ ୧୮, ୨୦୧୩  
ମୂଳ ପୃଷ୍ଠାପୌରାଣିକ ଓ କିମ୍ବଦନ୍ତୀ
 

ଏକ୍ରାମ କ୍ଷେତ୍ରର ଅଧୀଶ୍ବର ପ୍ରଭୁ ଲିଙ୍ଗରାଜଙ୍କର ଚତୁର୍ଦ୍ଦଶ ଯାତ୍ରା ମଧ୍ୟରୁ ଅଶୋକାଷ୍ଟମୀ ଅନ୍ୟତମ୤ ଚୈତ୍ର ମାସ ଶୁକ୍ଳପକ୍ଷ ପୁନର୍ବସୁ ନକ୍ଷତ୍ରଯୁକ୍ତ ଅଷ୍ଟମୀ ତିଥିରେ ଅନୁଷ୍ଠିତ ହେଉଥିବା ପ୍ରଭୁ ଲିଙ୍ଗରାଜଙ୍କର ରଥଯାତ୍ରା ଉତ୍ସବରେ ପ୍ରଭୁଙ୍କୁ ଅଶୋକ ଫୁଲର କଢ଼ି ସମର୍ପଣ କରାଯାଉଥିବା ହେତୁ ଏହାକୁ ଅଶୋକାଷ୍ଟମୀ କୁହାଯାଏ୤ ପୁରାଣ ଅନୁଯାୟୀ, ରାବଣଦ୍ବାରା ଅପହୃତା ମାତା ସୀତା ଅଶୋକ ବନରେ ଥିବା ସମୟରେ ପୁନର୍ବସୁ ନକ୍ଷତ୍ରଯୁକ୍ତ ଏହି ଅଷ୍ଟମୀ ତିଥିରେ ପ୍ରଭୁ ରାମଙ୍କ ସହିତ ପୁନର୍ମିଳନ ପାଇଁ ସେ ଅଶୋକ କଢ଼ି ଦ୍ବାରା ଶିବ ଆରାଧନା କରିଥିଲେ୤ ସେହି ପରମ୍ପରା ଅନୁଯାୟୀ ନିଜର ଏବଂ ନିଜ ପରିବାରର ଦୁଃଖ ଦୁର୍ଦ୍ଦଶା ଦୂରୀକରଣ ପୂର୍ବକ ଶାନ୍ତି ଓ ସମୃଦ୍ଧି ପ୍ରାପ୍ତି ପାଇଁ ଏହି ଦିନ ହିନ୍ଦୁ ନାରୀମାନେ ବ୍ରତ ପାଳନ ପୂର୍ବକ ଆଠଗୋଟି ଅଶୋକ କଢି ଶିବଙ୍କୁ ସମର୍ପଣ କରି ନିଜର ଉପବାସ ଭଙ୍ଗ କରିଥାନ୍ତି୤

ଅନ୍ୟ ଏକ ମତ ଅନୁଯାୟୀ, ରାବଣକୁ ମାରି ବ୍ରହ୍ମହତ୍ୟା ପାପ ଅର୍ଜନ କରିଥିବା ହେତୁ କୁଳଗୁରୁ ବଶିଷ୍ଠଙ୍କ ପରାମର୍ଶକ୍ରମେ ଭଗବାନ ରାମଚନ୍ଦ୍ର ସପରିବାର ଏକାମ୍ର ବନକୁ ଆସି ପ୍ରଭୁ ଲିଙ୍ଗରାଜଙ୍କର ପୂଜା ଅର୍ଚ୍ଚନା କରିଥିଲେ୤ ଏଥିରେ ଲିଙ୍ଗରାଜ ସନ୍ତୁଷ୍ଟ ହୋଇ ରାମେଶ୍ବରଠାରେ ମନ୍ଦିର ପ୍ରତିଷ୍ଠା ପୂର୍ବକ ପୂଜା ଅର୍ଚ୍ଚନା କରିବାକୁ ରାମଚନ୍ଦ୍ରଙ୍କୁ କହିଥିଲେ ଏବଂ ବର ଯାଚନା କରିଥିଲେ୤ ପ୍ରତ୍ୟେକ ବର୍ଷ ଚୈତ୍ର ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ରାମେଶ୍ବର ପୀଠକୁ ଆସି ପୂଜା ଗ୍ରହଣ କରିବା ପାଇଁ ରାମଚନ୍ଦ୍ରଙ୍କ ଅନୁରୋଧ ରକ୍ଷା କରିବାକୁ ବଚନବଦ୍ଧ ହୋଇଥିବାରୁ, ପ୍ରଭୁ ଲିଙ୍ଗରାଜ ଏହିଦିନ ରଥଯାତ୍ରାରେ ରାମେଶ୍ବର ମନ୍ଦିର ଆସି ପୁରୁଷୋତ୍ତମ ରାମଚନ୍ଦ୍ର ଓ ତାଙ୍କ ଭାଇମାନଙ୍କ ପୂଜା ଆତିଥ୍ୟ ଗ୍ରହଣ କରିଥାନ୍ତି୤ ଲିଙ୍ଗରାଜ ମହାପ୍ରଭୁଙ୍କର ଚଳନ୍ତି ପ୍ରତିମା ଚନ୍ଦ୍ରଶେଖରଙ୍କ ସହିତ ବାସୁଦେବ ଓ ଲକ୍ଷ୍ମୀରୂପୀ ରୁକ୍ମିଣୀ ରଥଯାତ୍ରାରେ ଯାଉଥିବା ହେତୁ ରୁକ୍ମିଣୀଙ୍କ ନାମରେ ଏହି ରଥକୁ ରୁକୁଣା ରଥ କୁହାଯାଏ୤

ଓଡ଼ିଶାର ଗେଜେଟିଅରର୍ସ-ପୁରୀ (୧୯୭୭ ମସିହା) ତଥ୍ୟାନୁଯାୟୀ ବସନ୍ତ ପଞ୍ଚମୀ ଦିନ ମନ୍ଦିରର ବାଉରୀ ସେବାକୁ ନୂତନ ବସ୍ତ୍ର ଦେଇ ରଥକାଠ ସଂଗ୍ରହ କରିବାକୁ ବରଣ କରାଯାଏ୤ ସେମାନେ ଶିବରାତ୍ରିର ଆଠ ଦିନ ପୂର୍ବରୁ ଜଙ୍ଗଲକୁ ଯାଇ ସେଠାରେ ରଥକାଠ ଚୟନ ପୂର୍ବକ ପୂଜାର୍ଚ୍ଚନା କରି ମନ୍ଦିରକୁ ଆଣନ୍ତି ଏବଂ ଶିବରାତ୍ରି ପରେ ରଥ କାମ ଆରମ୍ଭ ହୁଏ୤ ଏହି ରଥ ଚାରିଚକ ବିଶିଷ୍ଟ ହୋଇଥିବାବେଳେ ଏହାର ଉଚ୍ଚତା ୩୫ ଫୁଟ ହୋଇଥାଏ୤ ରଥ ଉପରିସ୍ଥ ପତାକାରେ ଅର୍ଦ୍ଧଚନ୍ଦ୍ର ଚିହ୍ନ ଅଙ୍କିତ ହୋଇଥାଏ୤ ରଥର ଚାରିପାର୍ଶ୍ବରେ ସୂର୍ଯ୍ୟ, ବରୁଣ, ଅଗ୍ନି, ଇନ୍ଦ୍ର, ଦୁର୍ଗା, ଶିବ, ଯମ ଓ କାର୍ତ୍ତିକେୟଙ୍କ ମୂର୍ତ୍ତି କାଠରେ ଖୋଦିତ ହୋଇଥାଏ୤ ରଥଯାତ୍ରା ପୂର୍ବ ଦିନ ପୁରୀରୁ ନିମନ୍ତ୍ରିତ ହୋଇ ଆସିଥିବା କ୍ଷେତ୍ରବାସୀ ବ୍ରାହ୍ମଣଙ୍କ ଦ୍ବାରା ରଥ ମାର୍ଜନା ଓ ପବିତ୍ରକରଣ କରାଯିବା ପରେ ରଥ ଶୀର୍ଷରେ ପତାକା ଖଞ୍ଜାଯାଇଥାଏ୤ ଏହାକୁ ନେତ ଉତ୍ସବ କୁହାଯାଏ୤ ଏକାମ୍ର ପୁରାଣ ଅନୁଯାୟୀ, ଏହି ନେତ ଉତ୍ସବ ରାତିରେ କୌଣସି ବନ୍ଧ୍ୟାନାରୀ ମୁକ୍ତେଶ୍ବର ମନ୍ଦିରର ମରିଚିକୁଣ୍ଡରେ ଉଲଗ୍ନ ହୋଇ ସ୍ନାନ କଲେ ପୁତ୍ର ସନ୍ତାନ ପ୍ରାପ୍ତି ହୋଇଥାଏ୤

ଅଶୋକାଷ୍ଟମୀ ଦିନ ପ୍ରାତଃ କାଳରେ ପ୍ରଥମେ ମନ୍ଦିରର ମଙ୍ଗଳ ଆଳତୀ, ସାହାଣ ମେଲା, ମହାସ୍ନାନ ଓ ଅନ୍ୟପୂଜା ଆଦି ସମାପନ ପରେ ପ୍ରଥମେ ରୁକୁଣାରଥକୁ ପୂଜା କରାଯାଏ୤ ରଥର ମଝିରେ ରୁକ୍ମିଣୀ, ଡାହାଣ ପାର୍ଶ୍ବରେ ଚନ୍ଦ୍ରଶେଖର ଏବଂ ବାମ ପାର୍ଶ୍ବରେ ବାସୁଦେବ ବିରାଜମାନ ହୁଅନ୍ତି୤ ଏହାପରେ ରଥଟଣା ଆରମ୍ଭ ହୋଇଥାଏ୤ ରଥଟଣା ସରିବା ପରେ ରଥ ଯାଇ ମାଉସୀମା’ ଛକ ନିକଟରେ ଥିବା ରାମେଶ୍ବର ମନ୍ଦିରରେ ରହେ୤ ପ୍ରଭୁ ଲିଙ୍ଗରାଜ ସେଠାରେ ପାଞ୍ଚ ଦିନ ରହି ପୁନର୍ବାର ନିଜ ମନ୍ଦିରକୁ ବାହୁଡି ଆସନ୍ତି୤ ଅଶୋକାଷ୍ଟମୀ ଉତ୍ସବ ଭୁବନେଶ୍ବର ସମେତ ନିରାକାରପୁର ନିକଟସ୍ଥ ଡିଆ ଗ୍ରାମର ଅଧୀଶ୍ବର କପିଳେଶ୍ବର ଓ ପୁରୀ ଜିଲ୍ଲାର ଷୋଳଶାସନ ଅର୍ନ୍ତଗତ ରାୟ ଚକ୍ରଧରପୁରର ନୀଳକଣ୍ଠେଶ୍ବର ଦେବଙ୍କ ଉଦ୍ଦେଶ୍ୟରେ ମଧ୍ୟ ପାଳିତ ହୁଏ୤

ତୁଣ୍ଡ ବାଇଦ :
  ଲେଖା ପଠାନ୍ତୁ - ନିୟମାବଳୀ →
 

ମତାମତ ସଂଖ୍ୟା - ୨ ଆପଣଙ୍କ ମତାମତ ?

  • ୧. prasanna pradhan, Jharsuguda |  ଅଗଷ୍ଟ୍ ୨୯, ୨୦୧୩ - ୧୨:୩୦ ପୂର୍ବାହ୍ନ

    very good.

  • ୨. ସବିତା |  ଜାନୁଆରୀ ୨୧, ୨୦୧୫ - ୧୨:୧୫ ଅପରାହ୍ନ

    ଲୋପ ପାଉ ଯାଉଥିବା ଗୌରବମୟ ଲୋକକଥା କୁ ସମସ୍ତଙ୍କ ସାମନାରେ ପହଞ୍ଚେଇବା ପାଈଁ ଧନ୍ୟବାଦ ୤

ଆପଣଙ୍କ ମତାମତ ?
କମ୍ପ୍ୟୁଟର୍ keyboardର F12 ବୋତାମ୍ ଟିପି ଓଡିଆରେ ଲେଖିବା ଆରମ୍ଭ କରନ୍ତୁ କିମ୍ବା ଓଡିଆ କି-ବୋର୍ଡ୍ ( ପୃଷ୍ଠାର ଶୀର୍ଷ-ଦକ୍ଷିଣ ପାର୍ଶ୍ବରେ ) ନିର୍ଦ୍ଧାରଣ କରି ଲେଖନ୍ତୁ୤ ଓଡିଆ ଲେଖିବା ପାଇଁ କୌଣସି ବିଶେଷ softwareର ଆବଶ୍ୟକତା ନାହିଁ୤




ବି.ଦ୍ର: ବ୍ୟକ୍ତିଗତ ଗୋପନୀୟତା ଦୃଷ୍ଟିରୁ, ନିଜର ଇ-ମେଲ୍ କିମ୍ବା ଫୋନ୍ ନଂ ଏହି ମତାମତ ବିଭାଗରେ ପ୍ରକାଶ ନ କରିବା ପାଇଁ ଅନୁରୋଧ୤