ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ମତଦାନ ଫଳାଫଳ

ଲେଖକ ଓ ଲେଖିକା

କାହ୍ନୁଚରଣ ମହାନ୍ତି
ପ୍ରଦୀପ ନାୟକ
ସୁଧାଂଶୁ ଶେଖର ପାତ୍ର
ବିପ୍ର ଆଚାର୍ଯ୍ୟ
ଅମରେନ୍ଦ୍ର ଖଟୁଆ
ମଧୁସୂଦନ ଦାସ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଆଚାର୍ଯ୍ୟେ ଥିଲେ ବୋଲି
 |- ରାଜକିଶୋର ରାୟ
 
 
ତା: ଡିସେମ୍ବର୍ ୩୦, ୨୦୧୧  
ମୂଳ ପୃଷ୍ଠାସ୍ମରଣୀୟ ଲେଖାଗଳ୍ପ
 

ଖରା, ଧୂଳି ଓ ଆଣ୍ଠୁଯାକି ବସି ରହିବାର କଷ୍ଟରୁ ମୁଁ ତ୍ରାହି ପାଇଲି୤ ଘନଛାୟା ତଳେ ମୁଁ ବିଶ୍ରାମ କଲି୤ ଦେଖିଲି, ମୋର ଜଣେ ଅଧ୍ୟାପକ ବନ୍ଧୁ ଆଠମଲ୍ଲିକ ବସ୍‌ରେ ଯାଉଛନ୍ତି୤ ଆଳାପ ହେଲା୤ ବିଜ୍ଞାନର ଅଧ୍ୟାପକ ସେ, ତେଣୁ କଥା କଥାକେ ତାଙ୍କ ତୁଣ୍ଡରୁ ବାହାରେ ଆମେରିକା-ଆମେରିକାର ସଭ୍ୟତା, ଆମେରିକାର ସ୍ଲାଇସ୍କ୍ରେପର (ନଭଶ୍ଚୁମ୍ବୀ ଅଟ୍ଟାଳିକା), ଆମେରିକାର ପୁରୁଷ ଓ ସ୍ତ୍ରୀ, ଆମେରିକାର ଉଦ୍ଭିଦ, ଆମେରିକାର ଜାନ୍ତବ, ଆମେରିକାର ଫ୍ରି ଲଭ୍ (ଶସ୍ତା ପ୍ରଣୟ) ଇତ୍ୟାଦି୤

ମତେ ସେଇଠି ସେ କହିଲେ-

“ଆଜି ଗୋଟାଏ ଆମେରିକାନ୍ ମାଗାଜିନରୁ ମୁଁ ପଢ଼ିଛି, ପୁରୁଷ ଓ ସ୍ତ୍ରୀର କେଶରାଶିରୁ ଉତ୍କୃଷ୍ଟ ବିସ୍‌କିଟ୍ ଓ ପାଉଁରୁଟି ତିଆରି ହୋଇପାରୁଛି୤ ତେଣୁ ନେହେରୁ ସରକାର ତଥା ମହତାବ ସରକାର (ଓଡିଶା ସରକାର ସେ କହନ୍ତି ନାହିଁ, କାରଣ ବ୍ୟକ୍ତିବିଶେଷର ନାମ ଧରିଲେ ଯେ ବ୍ୟକ୍ତିତ୍ବର ପରିସ୍ଫୁରଣ ହୁଏ, ତାହା “ଓଡିଶା” ବା “ଭାରତ” କହିବା ଦ୍ବାରା ପ୍ରକଟିତ ହେବ ନାହିଁ୤) ନାପିତମାନଙ୍କ ଦ୍ବାରା କେଶ ସଂଗ୍ରହାଳୟ ସ୍ଥାପନ କରି ସେଥିରୁ ବିସ୍‌କିଟ୍ ଓ ପାଉଁରୁଟି ଆମଦାନୀ କରି ଦେଶକୁ ଖାଦ୍ୟ ସଙ୍କଟରୁ ରକ୍ଷା କରନ୍ତୁ୤”

“-ବାବୁ, କିଛି ଖାଇନି, କିଛି ଦିଅ ବାବୁ, ଭଗବାନ ଭଲ କରିବେ୤”

ବଡ଼ ପିଲାଟି ତୁଣ୍ଡରୁ ଏ କଥା ବାହାରିଛି, ସାନ ପିଲା କନାଖଣ୍ଡେ ଦେଖାଇ ଭିକ୍ଷା ଚାହୁଁଛି୤

ବିଜ୍ଞାନ ଅଧ୍ୟାପକ କେଶ ସଂଗ୍ରହ ବ୍ୟବସ୍ଥାରୁ ଏପରି ଦାନ ଦାକ୍ଷିଣ୍ୟ ଦେଖାଇବା ପାଇଁ ଆଦୌ ପ୍ରସ୍ତୁତ ନ ଥିଲେ୤ ତା’ପରେ ଦୁଇ ଭିକ୍ଷୁ ବାଳକଙ୍କର ମୁଣ୍ଡରେ କେଶର ଚିହ୍ନବର୍ଣ୍ଣ ବି ନାହିଁ୤ ରୋଗ ଓ ଖାଦ୍ୟାଭାବ, ଅଧ୍ୟାପକଙ୍କର କେଶ ସଂଗ୍ରହ ବ୍ୟବସ୍ଥାକୁ ଆଗରୁ କାର୍ଯ୍ୟକାରୀ କରିଦେଇଛି୤

ଅଧ୍ୟାପକ ଆରମ୍ଭ କଲେ-“ହୋପ୍‌ଲେଶ, ଏମାନଙ୍କ ଯୋଗୁଁ ଦେଶ କ୍ରମେ ଅବନତି ଆଡ଼କୁ ଯାଉଛି୤ ଆପଣ ଜାଣନ୍ତି, ଆମେରିକାରେ ଭିକ୍ଷୁକ ସମସ୍ୟା ନାହିଁ୤ ସମସ୍ତେ କର୍ମଠ, ଉପାର୍ଜନକ୍ଷମ୤ ଏମାନଙ୍କୁ କିଛି ଦେବା ଅର୍ଥ ଦେଶର ଉନ୍ନତି ଉପରେ କୁଠାରାଘାତ କରିବା୤”

ଅଧ୍ୟାପକଙ୍କଠାରୁ ନାସ୍ତିବାଣୀ ଶୁଣି ଭିଖାରୀ ଦୁଇଟି ମତେ ଚାହିଁଲେ୤ କାରଣ ଅଧ୍ୟାପକଙ୍କର ବିମୁଖଭାବ ତାଙ୍କର ଆଶା ଉପରେ କୁଠାରାଘାତ କରି ସାରିଥିଲା୤

ପାଖ ପିଜୁଳି ଦୋକାନୀକୁ ଆଠଣିଟାଏ ଭଙ୍ଗେଇବାକୁ ଦେଇ ସେଥିରୁ ଦୁଇଅଣା ଦୁହିଙ୍କୁ ମୁଁ ଦେଇଦେଲି୤

ସମୟ ହୋଇଥିଲା୤ ବସ୍‌କୁ ଆସିଲି୤ ଅଧ୍ୟାପକ ବନ୍ଧୁ ବିଦାୟ ଘେନି ଅନ୍ୟ ବସ୍‌ରେ ବସିଲେ୤

ପର ବିଶ୍ରାମସ୍ଥଳ ହେଉଛି ଅନୁଗୋଳ୤ ଯାନରୁ ଓହ୍ଲାଇ ମୁଁ ଦେଖିଲି, ଆଭା ଝାଉଁଳିବା ଭାବରେ ରହିଚି୤ ଦେବାନ ବାବୁଙ୍କର ଉପଭୋଗ ପାଇଁ ଖାଦ୍ୟ ସାମଗ୍ରୀ ପ୍ରସ୍ତୁତ ରହିଥିଲେ ବି ସେହି ରାଜୋଦ୍ୟାନର ଜଳ ଅଭାବରୁ ତାହା ଏ ପର୍ଯ୍ୟନ୍ତ ବ୍ୟବହୃତ ହୋଇ ନାହିଁ୤

ସ୍ବାସ୍ଥ୍ୟ ବିଷୟରେ ଏତେ ସତର୍କ ଥିବା ଦେବାନ୍ ବାବୁଙ୍କୁ ମୁଁ ପ୍ରଶଂସା ନ କରି ରହିପାରିଲି ନାହିଁ ୤ କୌଣସି ବନ୍ଧୁଙ୍କ ଘରୁ ଭଲ ପାଣି ମଗାଇ ତାଙ୍କୁ ବ୍ୟବହାର କରିବାକୁ କହିଲି୤ ଆଭା ଯେପରି ପ୍ରାଣ ଫେରିପାଇଛି୤ ଅନିଚ୍ଛାସତ୍ତ୍ବେ ଦେବାନ୍ ବାବୁ ତାହା ଗ୍ରହଣ କରିବାକୁ ରାଜି ହେଲେ୤

ନାଲି ରାସ୍ତା ଉପରେ ମୁଁ ଟିକିଏ ପାଦ ଖେଳେଇ ଆଣୁଛି; ଶୁଣିଲି ସେହି ଚିରଶ୍ରୁତ କାକୁବାଣୀ-

“ଦିଅ ବାବୁ, ଅନ୍ଧୁଣୀ, ପୁଅ ଗେରସ୍ତ କେହି ନାହାନ୍ତି, ଦିଅ ବାବୁ ପଇସା ଅଧଲାଏ୤ ଗରିବର ଦୁଃଖ ବୁଝ୤”

ମୁଁ ଫେରି ଚାହିଁଲି୤ ଗୋଟିଏ ଅନ୍ଧୁଣୀ ବୁଢୀ ବିଖ୍ୟାତ ତୈଳବୀଜ ବ୍ୟବସାୟୀ ମାରୁଆଡ଼ିକୁ ହାତ ପତେଇ ନିଜର ଦୁଃଖ ଜଣାଉଛି୤

“-ହଟ୍‌ଯାଓ, କୁଛ ନେହିଁ, ଉଡ଼ିଶ୍ୟା କଙ୍ଗାଳ ଦେଶ୍୤”

ଶେଠଜୀ ଏତକ କହି କମର ଉପର ଲୁଗାକୁ ଆଉରି ଭିଡ଼ରେ ବାନ୍ଧିଦେଲେ୤

ଅନ୍ଧୁଣୀକୁ ଅଣିଏ ପଇସା ବଢେଇ ଦେଇ ମୁଁ ଶେଠଜୀଙ୍କୁ ଦଣ୍ଡେ ଚାହିଁଲି୤ ମୋର ଏ ଦାନକୁ ଗୋଟାଏ ତାଚ୍ଛିଲ୍ୟମିଶ୍ରିତ ଚାହାଣିରେ କରୁଣାସିକ୍ତ କରି ଦୁଇ ରୁକ୍ଷ ଅଧର ଉପର ଉପରେ ଟିକିଏ ହସ ଖେଳେଇଆଣି ଶେଠଜୀ ଆବୃତ୍ତି କଲେ- ଉଡ଼ିଶ୍ୟା କଙ୍ଗାଳ ଦେଶ୤

ଟିକିଏ ଦୂରକୁ ଖଣ୍ଡିଏ ଓଡ଼ିଆ ସମ୍ବାଦପତ୍ର ଖୋଲି ଜଣେ ଟୋପିଧାରୀ ଝୁଲାହସ୍ତ କଂଗ୍ରେସକର୍ମୀ ମାହାତ୍ମା ଗାନ୍ଧିଙ୍କର ପ୍ରାୟୋପବେଶନର ବାର୍ତ୍ତା ବୋଧହୁଏ ପଢ଼ୁଥିଲେ୤ ଜଣାଯାଉଥିଲା, ଯେପରି ଅଭିନିବେଶ ଟିକିଏ ବେଶୀ ହୋଇଯାଇଛି୤

“ବାବୁ, ଅନ୍ଧୁଣୀ ବୁଢ଼ୀ, କଅଣ ଦିଅ ବାବୁ !”

ପୃଷ୍ଠା ସଂଖ୍ୟା : 1 2 3

ତୁଣ୍ଡ ବାଇଦ :
  ଲେଖା ପଠାନ୍ତୁ - ନିୟମାବଳୀ →
 
ରାଜକିଶୋର ରାୟ
ରାଜକିଶୋର ରାୟ
ଜଣେ ଅଧ୍ୟାପକ ଭାବେ କର୍ମମୟ ଜୀବନ ଆରମ୍ଭ କରିଥିବା ରାଜକିଶୋର ରାୟ(୧୯୧୪-୧୯୯୮) ଓଡ଼ିଆ ସାହିତ୍ୟରେ ସୁପରିଚିତ, ସୁପଠିତ ଓ ସୁପ୍ରିୟଲେଖକ୤ ତାଙ୍କ ରଚିତ ପ୍ରତ୍ୟେକ କ୍ଷୁଦ୍ରଗଳ୍ପର ବିଷୟବସ୍ତୁ ସାମାଜିକ ଘଟଣାବଳୀ ଉପରେ ପର୍ଯ୍ୟବେଶିତ ଥିଲେ ହେଁ ପ୍ରତ୍ୟେକଟି ଲେଖା ଅନ୍ୟଠାରୁ ସ୍ବତନ୍ତ୍ର୤ ଗଳ୍ପର ବିଷୟବସ୍ତୁ ନିର୍ବାଚନରେ, ତାହାର ଆରମ୍ଭ ଓ ଶେଷରେ ଉତ୍କଣ୍ଠା, ବାସ୍ତବତା,ଆକସ୍ମିକତାର ପରିବେଷଣ କୌଶଳ ବିଚାରରୁ ପୁଣି ସମସ୍ୟା ଉପସ୍ଥାପନ କରି ତାହାର ସମାଧାନକୁ ପାଠକଙ୍କ ହାତରେ ଛାଡ଼ି ଦେଇଥିବା ସିଦ୍ଧାନ୍ତ ପାଇଁ ଗାଳ୍ପିକ ଶ୍ରୀ ରାୟ ବେଶ୍ ପରିଚିତ୤... [ କ୍ରମେ ସବିଶେଷ ]
ରାଜକିଶୋର ରାୟଙ୍କ ଅନ୍ୟାନ୍ୟ ଲେଖା →
 

ମତାମତ ସଂଖ୍ୟା - ୩ ଆପଣଙ୍କ ମତାମତ ?

  • ୧. ରଶ୍ମି ରଞ୍ଜନ ପରିଡା |  ଜାନୁଆରୀ ୧୧, ୨୦୧୨ - ୭:୩୮ ଅପରାହ୍ନ

    କେତେ ସୁନ୍ଦର ସତେ..
    ଏବେ ଆଉ ଏମିତି ନେତା ନାହାନ୍ତି, ଯାହାଙ୍କ ପାଦ ତଳେ ମୁଣ୍ଡିଆ ମାରି ହେବ ୤ ଛ୤ଡନ୍ତୁ ସେ କଥା..
    ଆମ ଓଡିଶାକୁ ଏବେ ବି ଅନେକ କାଙ୍ଗାଳ କହଛନ୍ତି…
    ସେଥି ପାଇଁ ଆମେ ଓଡିଆ ହିଁ ଦାୟୀ, ଆମେ ଆମକୁ, ଆମ ରାଜ୍ୟ ତଥା ଆମ ଭାଷାକୁ ଭଲ ପାଉନା ୤

  • ୨. ଅମିୟ ପ୍ରଧନ୍ |  ମାର୍ଚ୍ଚ୍ ୧୫, ୨୦୧୨ - ୮:୩୯ ପୂର୍ବାହ୍ନ

    gapa ti bahut badhia heichhi….

  • ୩. Samarendra nayak |  ମାର୍ଚ୍ଚ୍ ୨୪, ୨୦୧୨ - ୭:୩୦ ପୂର୍ବାହ୍ନ

    dhanya bad mora odia sahitya sarstanku. Mun bahare thai madhya ehaku net madhyamare padhi paruchhi mu chesta karuchi lekha deba paeen.

ଆପଣଙ୍କ ମତାମତ ?
କମ୍ପ୍ୟୁଟର୍ keyboardର F12 ବୋତାମ୍ ଟିପି ଓଡିଆରେ ଲେଖିବା ଆରମ୍ଭ କରନ୍ତୁ କିମ୍ବା ଓଡିଆ କି-ବୋର୍ଡ୍ ( ପୃଷ୍ଠାର ଶୀର୍ଷ-ଦକ୍ଷିଣ ପାର୍ଶ୍ବରେ ) ନିର୍ଦ୍ଧାରଣ କରି ଲେଖନ୍ତୁ୤ ଓଡିଆ ଲେଖିବା ପାଇଁ କୌଣସି ବିଶେଷ softwareର ଆବଶ୍ୟକତା ନାହିଁ୤




ବି.ଦ୍ର: ବ୍ୟକ୍ତିଗତ ଗୋପନୀୟତା ଦୃଷ୍ଟିରୁ, ନିଜର ଇ-ମେଲ୍ କିମ୍ବା ଫୋନ୍ ନଂ ଏହି ମତାମତ ବିଭାଗରେ ପ୍ରକାଶ ନ କରିବା ପାଇଁ ଅନୁରୋଧ୤