ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ମତଦାନ ଫଳାଫଳ

ଲେଖକ ଓ ଲେଖିକା

କେ.ଶ୍ୟାମବାବୁ ଦୋରା
ନନ୍ଦ କିଶୋର ବଳ
ଅଶୋକ ଚନ୍ଦ୍ର ମହାପାତ୍ର
ଅଚ୍ୟୁତାନନ୍ଦ କର
ଅମରେଶ ବିଶ୍ବାଳ
ମନୋରଞ୍ଜନ ପାଣିଗ୍ରାହୀ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଅମୃତମୟ
 |- ସ୍ବଭାବ କବି ଗଙ୍ଗାଧର ମେହେର
 
 
ତା: ଅକ୍ଟୋବର୍ ୨୭, ୨୦୧୨  
 

ନବ ବିକଶିତ ଫୁଲ ଗନ୍ଧ
ନବ ସରସ କବିତା ଛନ୍ଦ
ବନ ବିହଗ ମଧୁର ତାନ
ଶିଶୁ ସରଳ ତରଳ ଗାନ
ନବ ପ୍ରଫୁଲ୍ଲ କମଳ କାନନ
ନବ ସୁକୁମାର ଶିଶୁ ଆନନ୍ଦ
ଅମୃତମୟ ଅମୃତ ରୟ
ଭସାଇ ନେଉଛି ଜୀବନ୤

ଧୀର ଚକିତ ଶୀତଳ ବାତ
ଚିର ଲଳିତ କୁମୁଦ ନାଥ
କ୍ଷୀର ଧବଳ ଚନ୍ଦ୍ରିକା ଜାଲ
ନୀର ଦାନ ଦକ୍ଷ ଘନମାଳ
ମୃଦୁ ମଧୁର ଆଲୋକ ଉଷାର
ନବ ପଲ୍ଲବ ପତିତ ତୁଷାର
ଅମୃତମୟ ଅମୃତ ରୟ
ମଜ୍ଜାଇ ଦେଉଛି ସଂସାର୤

ମିଟି ମିଟି ଜକ ଜକ ତାରା
ଟପ ଟପ ଜଳଧର ଧାରା
ତମନାଶନେ ଧାବିତ ଧଷ୍ଣି
ତମ ମୁକତ ଅବନୀ ହୃଷ୍ଟ
ଗିରିଗରଭ ପ୍ରସୂତ ନିର୍ଝର
ଦୂର ଲମ୍ଫିତ ପ୍ରପାତ ଝର୍ଝର
ଅମୃତମୟ ଅମୃତରୟ
ଜୀବନ କରୁଛି ଜର୍ଜର୤

ମୁଁ ତ ଅମୃତ ସାଗର ବିନ୍ଦୁ
ନଭେ ଉଠିଥିଲି ତେଜି ସିନ୍ଧୁ
ଖସି ମିଶିଛି ଅମୃତ ଧାରେ
ଗତି କରୁଛି ସେ ଅକୂପାରେ
ପଥେ ଶୁଖିଗଲେ ପାପ ତାପରେ
ହୋଇ ଶିଶିର ଖସିବି ତା ପରେ
ଅମୃତମୟ ଅମୃତରୟ
ସହିତ ମିଶିବି ସାଗରେ୤

ତୁଣ୍ଡ ବାଇଦ :
  ଲେଖା ପଠାନ୍ତୁ - ନିୟମାବଳୀ →
 
ସ୍ବଭାବ କବି ଗଙ୍ଗାଧର ମେହେର
ସ୍ବଭାବ କବି ଗଙ୍ଗାଧର ମେହେର
ଏକାଧାରରେ ସ୍ବାଭାବ କବି ଏବଂ ପ୍ରକୃତି କବି ଭାବେ ପରିଚିତ ଗଙ୍ଗାଧର ମେହେର ଓଡ଼ିଆ ସାହିତ୍ୟରେ ଏକ ପ୍ରତିଷ୍ଠିତ ସ୍ରଷ୍ଟା୤ ତାଙ୍କ ଦ୍ବାରା ରଚିତ ତପସ୍ବିନୀ, ପ୍ରଣୟ ବଲ୍ଲରୀ ଓ ଅର୍ଘ୍ୟଥାଳୀ ଆଦି କାବ୍ୟ କବିଙ୍କର ଗୋଟିଏ ଗୋଟିଏ କାଳଜୟୀ ସୃଷ୍ଟି୤ ବିଶେଷ କରି ପୌରାଣିକ ବିଷୟ ଏବଂ ପ୍ରକୃତିର ଶୋଭାରାଜି ଉପରେ କବିଙ୍କ ରଚନା ବେଶ୍ ହୃଦୟସ୍ପର୍ଶୀ୤ ଗୌରବ-ମଣ୍ଡିତ ପ୍ରାଚୀନ ସାହିତ୍ୟର ପରମ୍ପରା ସଂରକ୍ଷଣ ସହ ଉନ୍ନତ ଭାଷା ଓ ଭାବର ଉପାଦାନରେ ନବୀନ ସାହିତ୍ୟର ସୃଷ୍ଟି ମେହେର-ସାହିତ୍ୟର ବୈଷିଷ୍ଟ୍ୟ ଅଟେ୤
ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଅନ୍ୟାନ୍ୟ ଲେଖା →
 
ଆପଣଙ୍କ ମତାମତ ?
କମ୍ପ୍ୟୁଟର୍ keyboardର F12 ବୋତାମ୍ ଟିପି ଓଡିଆରେ ଲେଖିବା ଆରମ୍ଭ କରନ୍ତୁ କିମ୍ବା ଓଡିଆ କି-ବୋର୍ଡ୍ ( ପୃଷ୍ଠାର ଶୀର୍ଷ-ଦକ୍ଷିଣ ପାର୍ଶ୍ବରେ ) ନିର୍ଦ୍ଧାରଣ କରି ଲେଖନ୍ତୁ୤ ଓଡିଆ ଲେଖିବା ପାଇଁ କୌଣସି ବିଶେଷ softwareର ଆବଶ୍ୟକତା ନାହିଁ୤




ବି.ଦ୍ର: ବ୍ୟକ୍ତିଗତ ଗୋପନୀୟତା ଦୃଷ୍ଟିରୁ, ନିଜର ଇ-ମେଲ୍ କିମ୍ବା ଫୋନ୍ ନଂ ଏହି ମତାମତ ବିଭାଗରେ ପ୍ରକାଶ ନ କରିବା ପାଇଁ ଅନୁରୋଧ୤
 
 
 

♦ ନିକଟରେ ପ୍ରକାଶିତ

♦ ପାଠକୀୟ ମତାମତ

  • ଭାରି ଭଲ ଲାଗିଲା।
    ( ଘନଶ୍ୟାମ ସାହୁ )
  • ଗଳ୍ପଟି ପଢି ଭାରି ଭଲ ଲାଗିଲା। ଅନ୍ୟାନ୍ୟ ଲେଖା ରଖିବାକୁ ଅନୁରୋଧ। ଧନ୍ୟବାଦ।
    ( ଘନଶ୍ୟାମ ସାହୁ )
  • କି ସୁନ୍ଦର ଗପ। ଯେତେଥର ପଢିଲେ ବି ସବୁବେଳେ ସୁନ୍ଦର ଲାଗେ। ଏ ଗପଟି ମୋତେ ମୋ ସନଭଉଣୀ କଥା ମନେ ପକେଇ ଦିଏ। ଓଡ଼ିଆ ସାହିତ୍ୟ.କମ…
    ( Santosh Kumar Mohapatra )