ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ମତଦାନ ଫଳାଫଳ

ଲେଖକ ଓ ଲେଖିକା

ଚନ୍ଦ୍ରଶେଖର ରଥ
ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର
ରାଜକିଶୋର ରାୟ
ସୁବ୍ରତ ପ୍ରିୟବ୍ରତ ମହାନ୍ତି
କୁନ୍ତଳା କୁମାରୀ ସାବତ
ଶାରଦା ପ୍ରସାଦ ମିଶ୍ର

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଯାତ୍ରା ସଙ୍ଗୀତ
 |- ବୈକୁଣ୍ଠନାଥ ପଟ୍ଟନାୟକ
 
 
ତା: ମାର୍ଚ୍ଚ୍ ୨୭, ୨୦୧୨  
 

ଜୀବନପାତ୍ର ମୋ ଭରିଛ କେତେ ମତେ
ନ ଦେଲେ କିଛି ବୋଲି କହିବି କି ହେ ଆଉ ?
ଜୀବନ ପ୍ରିୟତମ ହରିଛ ମୋ ଭରମ
ତରଣୀ ମୋର ତବ ସାଗରେ ବହିଯାଉ୤

କୁଳର ଜନପ୍ରାଣୀ କେତେ ମିଳାଅ ଆଣି
ନୟନ ପଲକରେ ଲୁଚାଅ ଜାଣି ଜାଣି,
ବୃଥା ମୁଁ ଅଭିମାନୀ ହୃଦେ ଧରଇ ଟାଣି
ମରତ ପ୍ରବାସୀ ମୁଁ ନ ଜାଣି ଆଣେ ଦାଉ୤

ମାନସ-ହଂସ ମୁଁ ମାନସେ ଯିବି ଉଡ଼ି
ମୋ ଦୋଷେ ପଥ ହୁଡ଼ି ଭରମେ ଅବିରତ,
ଅଳପ ତୃଷା କ୍ଷୁଧା ଲଭି ତୁମରି ସୁଧା
ତୃପତ ହେଲା, ତେବେ ଲୋଡ଼ଇଁ ଏ ମରତ !

ନିଜ ବାସନା ଜାଲେ ବିକଳ ବିଧୃତ,
ତିମିର ଅଜ୍ଞାନେ ମିଳେ କି ଅମୃତ ?
ଛାଡ଼ିବି ଦୂରେ ଯିବି ପାରାବାରେ ଭାସିବି
ଲଂଘି ହିମଗିରି ଯିବି ଗୋ ବେଳ ଥାଉଁ୤

ଦେଇଛ ପ୍ରିୟା ପ୍ରାଣେ ଅମର ପ୍ରୀତି ଭରି
ମୋ ଶିଶୁ କ୍ରନ୍ଦନେ ଅମର ମୋର ଆଶା,
ପ୍ରଭାତ ସନ୍ଧ୍ୟାରେ ଖେଳାଇ ରୂପ ଢ଼େଉ
ବିକଳ କଣ୍ଠେ ମୋ ଫୁଟାଇଛ ତ ଭାଷା,
ଗାଇବି ବନ୍ଦୀ ମୁଁ ଚରଣ ବନ୍ଦନା,
ସେ ଲାଗି ଏ ବୀଣାରେ ଦେଇଛ ମୂର୍ଚ୍ଛନା,
ସେ ସୁଖ କରି ହେଳା ଲଗାଇଲି ମୁଁ ଖେଳା
ମିଳନ ମଧୁରାତି ପାହିଲା ଚାହୁଁ ଚାହୁଁ୤

ମିଥ୍ୟା ବିପଣୀରେ ବଣିଜ ମରଣ ଯେ
ନ ଚେତି ତିଳେ ଯାହା କଲି ମୋ ମଣି ଭାଉ !
ପଉଷ ତରୁ ମୁଁ ଗୋ ପଳିତ ମୋ ପତର
ନିରାଶା ପରଶରେ ଝରିଛି ଅକାଳରେ
ନାହିଁତ କେବେ ତିଳେ ଶୋଚନା ଖେଦ ମୋର
ହୃଦୟମଣି ମୋର ସାଗର ଅତଳରେ୤

ପରାଣ କୁଞ୍ଜେ ଗୋ ତାର ମୁରଲି ଧ୍ବନି
ପରାଣ-ପବନେ ଗୋ ତା ଶୁଭ ଆଗମନୀ,
ଜୀବନେ ଦେବା ନେବା ଭିଆଣ ସବୁ ତାର
ସେ ମହାଦାନୀ ହସେ ପରାଣେ ଦେଖିନାହୁଁ ?

ତା ପରଶେ ପଉଷ ଜୀର୍ଣ୍ଣ ଜୀବତରୁ
ପଲ୍ଲବିତ ଆହା ଶୋଚନା କିବା ଆଉ ?
ଚାଲରେ ଚାଲ ମନ ନିତ୍ୟ ମଧୁବନ
ଦେଖିବୁ ପ୍ରିୟ ରାସ, ଅଦୂରେ ଗୋଲକରେ
ଅଦୂର ପଥେ ଆଜି ମିଳନ ତାର ସାଥେ
ବିଜୟ ରଥେ ତୋର ଜୀବନ ଆଲୋକରେ !

ଯାତ୍ରୀପଥ ତୋର ପଲକେ ହେବ ଶେଷ,
ଶେଷରେ ସନ୍ଦେହ ସକଳ ତୋର କ୍ଲେଶ,
ଧନ୍ୟ ହେବୁ ଆଜି ପୁଣ୍ୟ ଦରଶନେ,
କ୍ଷୁର୍ଣ୍ଣ ସବୁ ପାପ ଦୁଷ୍କୃତିର ରାହୁ !

ଜୀବନ-ଦେବତା ମୋ ଜୀବନ ପଥେ ବିଜେ,
ତରଣୀ ମୋର ତାର ସାଗରେ ବହିଯାଉ !

ତୁଣ୍ଡ ବାଇଦ :
  ଲେଖା ପଠାନ୍ତୁ - ନିୟମାବଳୀ →
 
ବୈକୁଣ୍ଠନାଥ ପଟ୍ଟନାୟକ
ବୈକୁଣ୍ଠନାଥ ପଟ୍ଟନାୟକ
ଓଡିଆ ସାହିତ୍ୟର କବିମାନଙ୍କ ମଧ୍ୟରେ ବୈକୁଣ୍ଠନାଥ ପଟ୍ଟନାୟକ(୧୯୦୪-୧୯୭୯) ଏକ ପରିଚିତ ତଥା ପ୍ରତିଷ୍ଠିତ ନାମ୤ ଭକ୍ତି କବିତା ସହିତ କଣେ ମାନବବାଦୀ କବି ଭାବେ ପରିଚିତ ଶ୍ରୀ ପଟ୍ଟନାୟକଙ୍କ କାବ୍ୟ ସଞ୍ଚୟନ, ଉତ୍ତରାୟଣ, ଅରୁଣଶ୍ରୀ ଆଦି କାବ୍ୟ ସଙ୍କଳନ ରହିଛି୤ ଏହା ବ୍ୟତୀତ ତାଙ୍କର ସମସ୍ତ ରଚନାବଳୀକୁ ଏକତ୍ରିତ କରି "ବୈକୁଣ୍ଠନାଥ ଗ୍ରନ୍ଥାବଳୀ -୧ ଓ ୨" ମାଧ୍ୟମରେ ମଧ୍ୟ ପ୍ରକାଶିତ କରାଯାଇଛି୤
 

ମତାମତ ସଂଖ୍ୟା - ୨ ଆପଣଙ୍କ ମତାମତ ?

  • ୧. sarat chandra Rout |  ମେ ୨୧, ୨୦୧୨ - ୨:୧୫ ପୂର୍ବାହ୍ନ

    I am exited to know about this site.
    Really good effort.

  • ୨. ରଶ୍ମି |  ଅଗଷ୍ଟ୍ ୮, ୨୦୧୩ - ୮:୫୮ ଅପରାହ୍ନ

    “ନ ଦେଲେ କିଛି ବୋଲି କହିବି କି ହେ ଆଉ ?”

    କବି ଚିର ନମସ୍ୟ

ଆପଣଙ୍କ ମତାମତ ?
କମ୍ପ୍ୟୁଟର୍ keyboardର F12 ବୋତାମ୍ ଟିପି ଓଡିଆରେ ଲେଖିବା ଆରମ୍ଭ କରନ୍ତୁ କିମ୍ବା ଓଡିଆ କି-ବୋର୍ଡ୍ ( ପୃଷ୍ଠାର ଶୀର୍ଷ-ଦକ୍ଷିଣ ପାର୍ଶ୍ବରେ ) ନିର୍ଦ୍ଧାରଣ କରି ଲେଖନ୍ତୁ୤ ଓଡିଆ ଲେଖିବା ପାଇଁ କୌଣସି ବିଶେଷ softwareର ଆବଶ୍ୟକତା ନାହିଁ୤




ବି.ଦ୍ର: ବ୍ୟକ୍ତିଗତ ଗୋପନୀୟତା ଦୃଷ୍ଟିରୁ, ନିଜର ଇ-ମେଲ୍ କିମ୍ବା ଫୋନ୍ ନଂ ଏହି ମତାମତ ବିଭାଗରେ ପ୍ରକାଶ ନ କରିବା ପାଇଁ ଅନୁରୋଧ୤
 
 
 

♦ ନିକଟରେ ପ୍ରକାଶିତ

♦ ପାଠକୀୟ ମତାମତ

  • ଭାରି ଭଲ ଲାଗିଲା।
    ( ଘନଶ୍ୟାମ ସାହୁ )
  • ଗଳ୍ପଟି ପଢି ଭାରି ଭଲ ଲାଗିଲା। ଅନ୍ୟାନ୍ୟ ଲେଖା ରଖିବାକୁ ଅନୁରୋଧ। ଧନ୍ୟବାଦ।
    ( ଘନଶ୍ୟାମ ସାହୁ )
  • କି ସୁନ୍ଦର ଗପ। ଯେତେଥର ପଢିଲେ ବି ସବୁବେଳେ ସୁନ୍ଦର ଲାଗେ। ଏ ଗପଟି ମୋତେ ମୋ ସନଭଉଣୀ କଥା ମନେ ପକେଇ ଦିଏ। ଓଡ଼ିଆ ସାହିତ୍ୟ.କମ…
    ( Santosh Kumar Mohapatra )