ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ମତଦାନ ଫଳାଫଳ

ଲେଖକ ଓ ଲେଖିକା

ରମେଶ ଚନ୍ଦ୍ର ଦାସ
ଦେବେନ୍ଦ୍ର ମହାନ୍ତି
ଭୂପେନ୍‌ ମହାପାତ୍ର
ଫକୀରମୋହନ ସେନାପତି
ବ୍ରଜନାଥ ରଥ
କୃଷ୍ଣପ୍ରସାଦ ମିଶ୍ର

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ରୂପର ମୂଲ୍ୟ
 |- ଦୟାନିଧି ମିଶ୍ର
 
 
ତା: ଜୁଲାଇ ୩୦, ୨୦୧୨  
 

ବିମଳା ଆବେଗରେ, ଉଚ୍ଛ୍ବାସରେ ଆତ୍ମବିସ୍ମୃତ ହୋଇ ନିବିଷ୍ଟଚିତ୍ତରେ ମହାନଦୀ ବକ୍ଷରେ ଜ୍ୟୋତ୍ସ୍ନାର ସୁମଧୁର ଲାସ୍ୟ ଦେଖିବାକୁ ଲାଗିଲା୤ କିନ୍ତୁ ଏ କ’ଣ ? ତା’ ମନ ଏପରି କାହିଁକି ? ଏ କାହାର ପଦଶବ୍ଦ ? ଏ କାହାର ଉଷ୍ଣ ନିଶ୍ବାସ ? ବିମଳା ପଛକୁ ଫେରି ଅନାଇଲା୤ କି ସୁନ୍ଦର ଯୁବାମୂର୍ତ୍ତି, ଯେପରି ନୀଳ ବ୍ୟୋମପଟରେ ଚିତ୍ରିତ ତରୁଣ ଅରୁଣ ମୂର୍ତ୍ତି ! ସେ ମୂର୍ତ୍ତି ଦେଖି ବିମଳା ମୁଗ୍ଧ ହୋଇଗଲା୤ ତାହାର ନୟନ ସମକ୍ଷରେ ଯେପରି ସୌନ୍ଦର୍ଯ୍ୟଭଣ୍ଡାରର ସର୍ବଶ୍ରେଷ୍ଠ ମଣି ପ୍ରତିଭାତ ହେଲା୤ ସେ ଯୁବକଙ୍କ ନିକଟକୁ ଯାଇ କମ୍ପିତ କଣ୍ଠରେ କହିଲା, ‘ଆଜିଯାଏ ତୁମର ଶାରୀରିକ ଦୁର୍ବଳତା ଯାଇନାହିଁ୤ ତା’ପରେ ପୁଣି ଏତେ ପରିଶ୍ରମ, ମୋ ରାଣ, ଦେହରେ ବଳ ହେବାଯାଏ ଆଉ ରାତିରେ ଏପରି ବୁଲ ନାହିଁ୤’

ବିମଳାର କଥା ଶୁଣି ଯୁବକର ସମଗ୍ର ଶରୀର କଣ୍ଟକିତ ହୋଇଗଲା୤ ବିମଳାର ଅଜ୍ଞାତରେ ତାଙ୍କର ନୟନକୋଣରେ ଅଶ୍ରୁକଣା ବିଲୀନ ହୋଇଗଲା୤ ସେ ତାହାର ହସ୍ତ ଧରି କହିଲେ, ‘କାହିଁକି, ବିମଳା ! ମୋର ଦେହ ତ ବେଶ୍‌ ସବଳ ହେଲାଣି୤ ଆଜି ସଞ୍ଜବେଳେ ମହାନଦୀ ଆରପାରିରେ ଗୋଟିଏ ନିଆଁହୁଳା ଦେଖାଯାଉଥିଲା୤ ସେଠାକୁ ଯାଇ ଦେଖେ ଯେ, ମରହଟ୍ଟାମାନେ ଦଳବଳ ବାନ୍ଧି ଆସିଛନ୍ତି୤ ସେଦିନ ନାନାସାହେବ ଭୋଁସ୍‌ଲା ଯେଉଁ ଅପମାନ ପାଇଥିଲେ, ତହିଁର ପ୍ରତିଶୋଧ ନେବାପାଇଁ ଏ ଆୟୋଜନ୤ ମୁଁ ଏହିକ୍ଷଣି ଦୁର୍ଗକୁ ଯାଇ ଏ ସମ୍ବାଦ ଦେବି୤’

ଯୁବକ ନୀରବ ହେଲେ୤ ଯୁବତୀଠାରୁ ଉତ୍ତର ପ୍ରତ୍ୟାଶା କରି ତା’ମୁଖକୁ ଅନାଇବାକୁ ଲାଗିଲେ୤ ଅଶ୍ରୁସିକ୍ତଲୋଚନା ବିମଳା ରୁଦ୍ଧ କଣ୍ଠରେ କହିଲା, ‘କିନ୍ତୁ ତୁମ ଦେହ ଯେ ଭଲ ହୋଇନାହିଁ୤’

ଯୁବକ କହିଲେ, ‘ଦେହ ପାଇଁ ଏତେ ଚିନ୍ତା କାହିଁକି ? ଯଦି ଦରକାର ହୁଏ, ଯୁଦ୍ଧକ୍ଷେତ୍ରକୁ ଯିବାକୁ ହେବ୤’

ବିମଳାର ଜ୍ୟୋତ୍ସ୍ନା-ପ୍ରତିଫଳିତ ଅଶ୍ରୁସିକ୍ତ ଗଣ୍ଡ ପ୍ରତି ଯୁବକଙ୍କ ଦୃଷ୍ଟି ପଡ଼ିଲା୤ ତାଙ୍କ ହସ୍ତ ଶିଥିଳ ହୋଇଗଲା୤ ସେ ଆଉ ବିମଳାର ହସ୍ତ ଧରି ପାରିଲେ ନାହିଁ୤ ବିମଳା ନୀରବରେ କ୍ରନ୍ଦନ କରିବାକୁ ଲାଗିଲା୤ ଏ ସମୟରେ ଯଦି ଆକାଶର ତାରକାଖଚିତ ଚାରୁ ଚନ୍ଦ୍ରାତପ ଭାଙ୍ଗିଯାଇ ଯୁବକଙ୍କ ମସ୍ତକ ଉପରେ ପଡ଼ିଥାନ୍ତା, ତାହାହେଲେ ସେ ତିଳେମାତ୍ର ଦୁଃଖିତ ହୋଇ ନ ଥାନ୍ତେ୤ କିନ୍ତୁ ବିମଳାର ହୃଦୟର ଆବେଗ ଦେଖି ସେ ଆଉ ସମ୍ଭାଳି ପାରିଲେ ନାହିଁ୤ ତାଙ୍କ ଚକ୍ଷୁ ମଧ୍ୟ ଲୋତକପୂର୍ଣ୍ଣ ହୋଇଗଲା୤ ପରେ ବହୁ କଷ୍ଟରେ ଆତ୍ମଗୋପନ କରି କହିଲେ, ‘ଛି ବିମଳା, ଦେଶର ଶତ୍ରୁକୁ ଦାଣ୍ଡଦୁଆରେ ଦେଖି ଏପରି କଥା କହୁଛ !’

ବିମଳା ମସ୍ତକ ଉତ୍ତୋଳନ କରି ସ୍ଥିର ଦୃଷ୍ଟିରେ ଯୁବକଙ୍କ ମୁଖକୁ ଅନାଇଲା୤ ତାହାର ମୁଖର ରଙ୍ଗ ଅଧୁନା ପରିବର୍ତ୍ତିତ-ନୟନ ଅଶ୍ରୁବିମୁକ୍ତ୤ ସେ ଯୁବକଙ୍କ ହସ୍ତକୁ ବାରମ୍ବାର ଚୁମ୍ବନ କରି କହିଲା, ‘ଦେଶର କାର୍ଯ୍ୟ-ଦେବତାଙ୍କ କାର୍ଯ୍ୟ-ମୁଁ ବାଧା ଦେବି ନାହିଁ-ଯାଅ୤ କିନ୍ତୁ…’

ବିମଳାର କଣ୍ଠରୁଦ୍ଧ ହୋଇଗଲା୤ ତା’ମୁଖରୁ ଆଉ କଥା ବାହାରି ପାରିଲା ନାହିଁ୤ ଯୁବକ ସହାସ୍ୟ ବଦନରେ କହିଲେ, ‘ଯଦି ଈଶ୍ବରଙ୍କ ଇଚ୍ଛା ହୁଏ, ନିଶ୍ଚୟ ଦେଖାହେବ୤’ ଏହା କହି ସେ ବିମଳାଠାରୁ ବିଦାୟ ନେଇ ବୃକ୍ଷାନ୍ତରାଳରେ ଅଦୃଶ୍ୟ ହୋଇଗଲେ୤

ଦ୍ବିତୀୟ ପରିଚ୍ଛେଦ : ବିଶ୍ବାସଘାତକ

“I give him curses, yet he gives me love.” -Shakespeare

‘ଏତେ ରାତ୍ରିରେ, ନିର୍ଜନରେ ପରପୁରୁଷ ସଙ୍ଗେ, ଛି, ବିମଳା !’

ବିମଳା ପଛକୁ ଅନାଇ ଦେଖିଲା, ଆଉ ଜଣେ ଯୁବକ ଛିଡ଼ା ହୋଇ ତାକୁ ଏପରି କହୁଛନ୍ତି୤ ଯୁବକଙ୍କୁ ଚିହ୍ନିବା ପାଇଁ ବିମଳାର ବେଶି ବିଳମ୍ବ ହେଲା ନାହିଁ୤ ସେ ଶୈଶବରୁ ପିତୃମାତୃହୀନା୤ ସମ୍ବଲପୁର ରାଜ୍ୟର ସ୍ବାଧୀନ ନରପତି ଜୟନ୍ତ ସିଂହଙ୍କର ସେନାପତି ବୀରେଶ୍ବର ସିଂହଙ୍କର ଲାଳନ ପାଳନରେ ବର୍ଦ୍ଧିତା ହୋଇ ଭକ୍ତିଭାଜନ ପିତା ଏବଂ ସ୍ନେହମୟୀ ମାତାଙ୍କୁ ସୁଦ୍ଧା ଭୁଲିଯାଇଥିଲା୤ ବୀରେଶ୍ବର ତାହାର ପିତା ଓ ମାତା ଦୁହିଁଙ୍କ ସ୍ଥାନ ଅଧିକାର କରିଥିଲେ୤ ସେ ତାକୁ ନିଜ ଝିଅରୁ ବଳି ସ୍ନେହ କରୁଥିଲେ୤ ବିମଳା ମଧ୍ୟ ବୀରେଶ୍ବରଙ୍କ ପରିବାରକୁ ନିଜ ପରିବାର ବୋଲି ଭାବୁଥିଲା୤ ବୀରେଶ୍ବରଙ୍କର ଏକମାତ୍ର ପୁତ୍ର ଉଦିତ୍‌ପ୍ରତାପ ସିଂହଙ୍କୁ ସେ ନିଜ ଅଗ୍ରଜପ୍ରାୟେ ଭକ୍ତି କରୁଥିଲା୤ ଉଦିତ୍‌ପ୍ରତାପଙ୍କ କଥା ଶୁଣି ତାଙ୍କ ନିକଟକୁ ଯାଇ କହିଲା, ‘ଦାଦା, ବାପା ତ କହିଛନ୍ତି, ରାତିରେ କେବେ କିପରି ଏଠାକୁ ଆସୁଥିବୁ ବୋଲି୤ ମୋ ମନରେ କଷ୍ଟ ଥିଲେ ମୁଁ ଏଠାକୁ ଆସି ଗୀତ ଗାଏ-ଗୀତ ଗାଇ ଗାଇ ତାପିତ ପ୍ରାଣକୁ ଶୀତଳ କରେ୤ ତୋ ଦୁଃଖିନୀ ଭଉଣୀ ଉପରେ କାହିଁକି ରାଗୁଛୁ ?’

ପୃଷ୍ଠା ସଂଖ୍ୟା : 1 2 3 4 5 6

ତୁଣ୍ଡ ବାଇଦ :
  ଲେଖା ପଠାନ୍ତୁ - ନିୟମାବଳୀ →
 
ଦୟାନିଧି ମିଶ୍ର
ଦୟାନିଧି ମିଶ୍ର
ଓଡ଼ିଆ କଥା ସାହିତ୍ୟରେ ଦୟାନିଧି ମିଶ୍ର(୧୮୯୧-୧୯୫୫) ଜଣେ ନିଆରା ଲେଖକ ଭାବେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଥିଲେ୤ ସେ ଜଣେ ଶିକ୍ଷକ, ଆଇନଜୀବୀ ଓ ରାଜନେତା ଭାବେ ସ୍ବାଧୀନତା ପୂର୍ବବର୍ତ୍ତୀ ଓଡ଼ିଶାରେ ନିଜର କର୍ମମୟ ଜୀବନ ଅତିବାହିତ କରିଥିଲେ୤ ଏକତ୍ର ବିରତ୍ବ ଓ ପ୍ରଣୟର ଉପସ୍ଥାପନା କୌଶଳ, ବିଷୟବସ୍ତୁଗୁଡ଼ିକର ବିଭାଗୀକରଣ, ଆରମ୍ଭର ବୈଚିତ୍ର୍ଯ, ବିଷୟ ଗ୍ରନ୍ଥିର କ୍ରମ ଉନ୍ମୋଚନ, ବିଭିନ୍ନ ପରିସ୍ଥିତିରେ ଆବେଗ ଓ ଉତ୍ତେଜନାର ସମାବେଶ ହେଉଛି ଦୟାନିଧିଙ୍କ ଲେଖାର ବୈଶିଷ୍ଟ୍ଯ୤ ତାଙ୍କ ରଚିତ ଏବଂ ପ୍ରକାଶିତ ଗ୍ରନ୍ଥ ମଧ୍ୟରେ... [ କ୍ରମେ ସବିଶେଷ ]
ଦୟାନିଧି ମିଶ୍ରଙ୍କ ଅନ୍ୟାନ୍ୟ ଲେଖା →
 
ଆପଣଙ୍କ ମତାମତ ?
କମ୍ପ୍ୟୁଟର୍ keyboardର F12 ବୋତାମ୍ ଟିପି ଓଡିଆରେ ଲେଖିବା ଆରମ୍ଭ କରନ୍ତୁ କିମ୍ବା ଓଡିଆ କି-ବୋର୍ଡ୍ ( ପୃଷ୍ଠାର ଶୀର୍ଷ-ଦକ୍ଷିଣ ପାର୍ଶ୍ବରେ ) ନିର୍ଦ୍ଧାରଣ କରି ଲେଖନ୍ତୁ୤ ଓଡିଆ ଲେଖିବା ପାଇଁ କୌଣସି ବିଶେଷ softwareର ଆବଶ୍ୟକତା ନାହିଁ୤




ବି.ଦ୍ର: ବ୍ୟକ୍ତିଗତ ଗୋପନୀୟତା ଦୃଷ୍ଟିରୁ, ନିଜର ଇ-ମେଲ୍ କିମ୍ବା ଫୋନ୍ ନଂ ଏହି ମତାମତ ବିଭାଗରେ ପ୍ରକାଶ ନ କରିବା ପାଇଁ ଅନୁରୋଧ୤