ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ମତଦାନ ଫଳାଫଳ

ଲେଖକ ଓ ଲେଖିକା

ସନ୍ଥକବି ଭୀମ ଭୋଇ
ଅଶୋକ ଚନ୍ଦ୍ର ମହାପାତ୍ର
ବିପ୍ର ଆଚାର୍ଯ୍ୟ
ବରେନ୍ଦ୍ର କୃଷ୍ଣ ଧଳ
ଜଗଦୀଶ ମହାନ୍ତି
ଆଶିଷ କୁମାର କର

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ରୂପର ମୂଲ୍ୟ
 |- ଦୟାନିଧି ମିଶ୍ର
 
 
ତା: ଜୁଲାଇ ୩୦, ୨୦୧୨  
 

କିଛିକ୍ଷଣ ପରେ ଚକ୍ଷୁ ଉନ୍ମୀଳନ କରି ଦେଖିଲେ ଯେ ଜଣେ ଯୁବକ ମହାନଦୀ ବକ୍ଷରେ ଶିଳା ଉପରେ ବସିଛନ୍ତି୤ ଯୁବକଙ୍କ ପରିଚ୍ଛଦ ଦେଖି ତାଙ୍କୁ ଶତ୍ରୁପକ୍ଷୀୟ ଭାବି ଭୀଷଣ ଗର୍ଜନ ସହ ତାଙ୍କ ଉପରେ ଲମ୍ପ ପ୍ରଦାନ କଲେ୤ କିନ୍ତୁ ଯୁବକ ପର୍ବତପ୍ରାୟ ଅଟଳ୤ ପ୍ରତ୍ୟାକ୍ରମଣର ଚେଷ୍ଟା ମାତ୍ର ବିରହିତ୤ ସେ ନାନାସାହେବଙ୍କ ଆଡ଼କୁ ନୀରବରେ ଅଗ୍ରସର ହୋଇ ତାଙ୍କୁ ଆଲିଙ୍ଗନ ପାଶରେ ଆବଦ୍ଧ କଲେ୤ ଯୁବକଙ୍କର ଏପରି ରୀତି ଦେଖି ନାନାସାହେବ ଆଶ୍ଚର୍ଯ୍ୟାନ୍ବିତ ହୋଇଗଲେ୤ ସେମାନଙ୍କ ମଧ୍ୟରେ ଅନେକ କଥାବାର୍ତ୍ତା ହେଲା; କିନ୍ତୁ ସେ ଗୁପ୍ତ କଥାବାର୍ତ୍ତା କେହି ଶୁଣିନାହାନ୍ତି୤ ଏଣୁ ପାଠକମାନଙ୍କୁ ତାହା ଉପହାର ଦେଇ ନ ପାରି ଆମ୍ଭେମାନେ ଦୁଃଖିତ୤ କେବଳ ଲୋକଙ୍କ ମୁହଁରୁ ଶୁଣିଛୁଁ ଯେ, ସେ ଯୁବକଙ୍କ ନାମ ଉଦିତ୍‌ପ୍ରତାପ୤

ଚତୁର୍ଥ ପରିଚ୍ଛେଦ : ଘୋର ଅନ୍ଧକାର

‘ଧନ୍ୟ ସେ ପ୍ରୀତିକି ମରଣ-ଭୀତିକି
ପ୍ରୀତି ସେ ପାରଇ ଜିଣି,
ଶିରୀଷ-ମୃଦୁଳା ଲବଣୀ-ପିତୁଳା
ପ୍ରୀତି କଲା ସାହସିନୀ୤’
(କେଦାରଗୌରୀ)

‘କିନ୍ତୁ ଏ ରକ୍ତପାତରେ ତୁମ୍ଭର ଲାଭ ?’

‘ଲାଭ! ଦେଶର ଶତ୍ରୁକୁ ବିନାଶ କରି ଜନ୍ମଭୂମିର ସ୍ବାଧୀନତା ରକ୍ଷା କରିବି୤ ଏହା କ’ଣ କ୍ଷତ୍ରିୟ ବୀରର ଚରମ ଲାଭ ନୁହେଁ ?’
‘ଏପରି ଭାବିବା ମୂର୍ଖତା ଭିନ୍ନ ଆଉ କିଛି ନୁହେଁ୤ ମରହଟ୍ଟାମାନେ ଚିର ବିଜୟୀ୤ ସେମାନଙ୍କ ସଙ୍ଗେ ଯୁଦ୍ଧ କରି ପରାଜିତ ହେବ, ବରଂ ସେମାନଙ୍କୁ ସାହାଯ୍ୟ କଲେ ଜମି-ଜାଗିରି ପାଇ ବଡ଼ଲୋକ ହୋଇପାରିବ୤’

‘ସେ କି ଉଦିତ୍‌ପ୍ରତାପ ! ତୁମ ମୁହଁରେ ଏପରି କଥା ! କ୍ଷମା କରିବ୤ ମୁଁ ସେ କାର୍ଯ୍ୟ କରିପାରିବି ନାହିଁ୤ ଆଜି ସୁଦ୍ଧା ଧର୍ମ ଅଛି୤ ପୂର୍ବପରି ଆଜି ସୁଦ୍ଧା ଚନ୍ଦ୍ର ସୂର୍ଯ୍ୟ ଉଦିତ ହେଉଛନ୍ତି୤ ତୁମେ ସେ କୂଟିଳ ମନ୍ତ୍ରଣା ଛାଡ଼୤ ଦେଶର ଶତ୍ରୁକୁ ବିନାଶ କରି ଧନ୍ୟ ହୁଅ ୤’

‘ଶତ୍ରୁବିନାଶ ! ଯୁଦ୍ଧ ! ନା, ଜୟପରାଜୟର ଅନିଶ୍ଚିତ ସ୍ଥାନକୁ ଯିବା ମଧ୍ୟ ଠିକ୍‌ ନୁହେଁ୤’

‘ନା, ହେଲା ! ସେପରି କହନା୤’ ଏହା କହି ପ୍ରସନ୍ନକୁମାର ତୀକ୍ଷ୍ଣ ଦୃଷ୍ଟିରେ ଉଦିତ୍‌ପ୍ରତାପଙ୍କ ମୁଖଆଡ଼କୁ ଅନାଇବାକୁ ଲାଗିଲେ୤ କିନ୍ତୁ ଉଦିତପ୍ରତାପ ସ୍ଥିରସଂକଳ୍ପ୤ ସେ ମରହଟ୍ଟାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ ନାହିଁ୤ ପ୍ରସନ୍ନକୁମାରଙ୍କ କଥା ଶୁଣି ତାଙ୍କର ଭ୍ରୂ-ଯୁଗଳ ଈଷତ୍‌ କୁଞ୍ଚିତ ହେଲା୤ ନୟନରୁ ବକ୍ର ଜ୍ୟୋତି ନିର୍ଗତ ହେଲା୤ ସେ କିଛି ନ କହି ବଂଶୀବାଦନ କଲେ୤ ବଂଶୀବାଦନ ସଙ୍ଗେ ସଙ୍ଗେ ବହୁସଂଖ୍ୟକ ମରହଟ୍ଟା ସୈନିକ ‘ବମ୍‌ ବମ୍‌ ମହାଦେଓ’ ରବ କରି ତୋରଣ ଆଡ଼କୁ ଧାବମାନ ହେଲେ ଓ ପ୍ରସନ୍ନକୁମାରଙ୍କୁ ଘେରି ପକାଇଲେ୤ ପ୍ରସନ୍ନକୁମାର କିଂକର୍ତ୍ତବ୍ୟବିମୂଢ଼ ହୋଇ ଏସବୁ ଦେଖିବାକୁ ଲାଗିଲେ୤ ଉଦିତ୍‌ପ୍ରତାପ ପ୍ରତିହିଂସା ସାଧନର ଉପଯୁକ୍ତ ସମୟ ପାଇ ଖଡ୍ଗ-ହସ୍ତରେ ପ୍ରସନ୍ନକୁମାରଙ୍କ ଆଡ଼କୁ ଧାବମାନ ହେଲେ୤ କିନ୍ତୁ ପ୍ରସନ୍ନକୁମାରଙ୍କ ମୁଣ୍ଡ ନ ଛିଣ୍ଡୁଣୁ ପଛରୁ କିଏ ଆସି ତାଙ୍କ ମସ୍ତକକୁ ଶରୀରରୁ ବିଚ୍ଛିନ୍ନ କଲେ୤ ସୈନିକମାନେ ବିସ୍ମୟାବିଷ୍ଟ ନେତ୍ରରେ ଦେଖିଲେ ଯେ, ଜଣେ ସନ୍ୟ୍ନାସିନୀ ଉଦିତ୍‌ପ୍ରତାପଙ୍କ ଛିନ୍ନ ମସ୍ତକକୁ ହସ୍ତରେ ଧରି କେଉଁଆଡ଼େ ଚାଲିଗଲା୤ ତାକୁ ଖୋଜିବାପାଇଁ ସେମାନେ ଅନେକ ଚେଷ୍ଟା କଲେ; କିନ୍ତୁ କୌଣସିଠାରେ ପାଇଲେ ନାହିଁ୤ ପ୍ରସନ୍ନକୁମାର ବିସ୍ମିତ, ସ୍ତମ୍ଭିତ ହୋଇ ଏହା ଦେଖିବାକୁ ଲାଗିଲେ୤

ଉଦିତ୍‌ପ୍ରତାପଙ୍କ ମସ୍ତକ ଶରୀରରୁ ବିଚ୍ୟୁତ ହେଲା୤ ସେଥି ସଙ୍ଗେ ସଙ୍ଗେ ସମ୍ବଲପୁରର ସ୍ବାଧୀନତା-ରବି ମଧ୍ୟ ଅସ୍ତମିତ ହେଲା୤ ମରହଟ୍ଟାମାନେ ଅପ୍ରତ୍ୟାଶିତ ଭାବରେ ସମଲାଈ ଫାଟକବାଟେ ଦୁର୍ଗମଧ୍ୟରେ ପ୍ରବେଶ କରି ଜୟନ୍ତ ସିଂହ ଓ ତଦୀୟ ପୁତ୍ର ମହାରାଜା ସାଏଙ୍କୁ ବନ୍ଦୀ କଲେ୤ ସମ୍ବଲପୁର ଦୁର୍ଗ ଶତ୍ରୁମାନଙ୍କ ହସ୍ତଗତ ହେଲା୤ ପ୍ରସନ୍ନକୁମାର ପ୍ରାଣପଣେ ଚେଷ୍ଟା କରି ସୁଦ୍ଧା ଦୁର୍ଗ ରକ୍ଷା କରିପାରିଲେ ନାହିଁ୤ ତାଙ୍କ ଆହତ ଶରୀର ଧରାଶୟୀ ହେଲା୤ ସମ୍ବଲପୁର ମୁଖ ବିଷାଦ-କାଳିମା ରଞ୍ଜିତ ହେଲା୤ ସ୍ବାଧୀନ ଜାତି ପରାଧୀନ ହେଲା୤ ହାୟ ଉଦିତ୍‌ପ୍ରତାପ ! ଶେଷକୁ ବିମଳାର ରୂପର ମୂଲ୍ୟ ସ୍ବରୂପ ସ୍ବଦେଶର ସ୍ବାଧୀନତା ବିକ୍ରୟ କଲ !!!

ପୃଷ୍ଠା ସଂଖ୍ୟା : 1 2 3 4 5 6

ତୁଣ୍ଡ ବାଇଦ :
  ଲେଖା ପଠାନ୍ତୁ - ନିୟମାବଳୀ →
 
ଦୟାନିଧି ମିଶ୍ର
ଦୟାନିଧି ମିଶ୍ର
ଓଡ଼ିଆ କଥା ସାହିତ୍ୟରେ ଦୟାନିଧି ମିଶ୍ର(୧୮୯୧-୧୯୫୫) ଜଣେ ନିଆରା ଲେଖକ ଭାବେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଥିଲେ୤ ସେ ଜଣେ ଶିକ୍ଷକ, ଆଇନଜୀବୀ ଓ ରାଜନେତା ଭାବେ ସ୍ବାଧୀନତା ପୂର୍ବବର୍ତ୍ତୀ ଓଡ଼ିଶାରେ ନିଜର କର୍ମମୟ ଜୀବନ ଅତିବାହିତ କରିଥିଲେ୤ ଏକତ୍ର ବିରତ୍ବ ଓ ପ୍ରଣୟର ଉପସ୍ଥାପନା କୌଶଳ, ବିଷୟବସ୍ତୁଗୁଡ଼ିକର ବିଭାଗୀକରଣ, ଆରମ୍ଭର ବୈଚିତ୍ର୍ଯ, ବିଷୟ ଗ୍ରନ୍ଥିର କ୍ରମ ଉନ୍ମୋଚନ, ବିଭିନ୍ନ ପରିସ୍ଥିତିରେ ଆବେଗ ଓ ଉତ୍ତେଜନାର ସମାବେଶ ହେଉଛି ଦୟାନିଧିଙ୍କ ଲେଖାର ବୈଶିଷ୍ଟ୍ଯ୤ ତାଙ୍କ ରଚିତ ଏବଂ ପ୍ରକାଶିତ ଗ୍ରନ୍ଥ ମଧ୍ୟରେ... [ କ୍ରମେ ସବିଶେଷ ]
ଦୟାନିଧି ମିଶ୍ରଙ୍କ ଅନ୍ୟାନ୍ୟ ଲେଖା →
 
ଆପଣଙ୍କ ମତାମତ ?
କମ୍ପ୍ୟୁଟର୍ keyboardର F12 ବୋତାମ୍ ଟିପି ଓଡିଆରେ ଲେଖିବା ଆରମ୍ଭ କରନ୍ତୁ କିମ୍ବା ଓଡିଆ କି-ବୋର୍ଡ୍ ( ପୃଷ୍ଠାର ଶୀର୍ଷ-ଦକ୍ଷିଣ ପାର୍ଶ୍ବରେ ) ନିର୍ଦ୍ଧାରଣ କରି ଲେଖନ୍ତୁ୤ ଓଡିଆ ଲେଖିବା ପାଇଁ କୌଣସି ବିଶେଷ softwareର ଆବଶ୍ୟକତା ନାହିଁ୤




ବି.ଦ୍ର: ବ୍ୟକ୍ତିଗତ ଗୋପନୀୟତା ଦୃଷ୍ଟିରୁ, ନିଜର ଇ-ମେଲ୍ କିମ୍ବା ଫୋନ୍ ନଂ ଏହି ମତାମତ ବିଭାଗରେ ପ୍ରକାଶ ନ କରିବା ପାଇଁ ଅନୁରୋଧ୤