ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ମତଦାନ ଫଳାଫଳ

ଲେଖକ ଓ ଲେଖିକା

ବ୍ରଜନାଥ ରଥ
କୃଷ୍ଣପ୍ରସାଦ ମିଶ୍ର
ଦେବପ୍ରିୟ ପ୍ରିୟଦର୍ଶୀ ଚକ୍ର
ମନମୋହନ ମିଶ୍ର
ଅଚ୍ୟୁତାନନ୍ଦ କର
ଅକ୍ଷୟ ମହାନ୍ତି

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ରୂପର ମୂଲ୍ୟ
 |- ଦୟାନିଧି ମିଶ୍ର
 
 
ତା: ଜୁଲାଇ ୩୦, ୨୦୧୨  
 

କିନ୍ତୁ ଏ ସନ୍ୟ୍ନାସିନୀ କିଏ ? ତମୋମୟୀ ରଜନୀରେ ଶ୍ମଶାନରେ ବସି କ’ଣ କରୁଛି ? ସନ୍ୟ୍ନାସିନୀ ବ୍ୟଥିତ ମନରେ, ଆକୁଳ ପ୍ରାଣରେ ଆକାଶକୁ ଅନାଇ ଗାଇବାକୁ ଲାଗିଲା :

କିମ୍ପା ଦୟାମୟ ହୋଇଣ ନିର୍ଦ୍ଦୟ
ଦେଲ ଏ ହୀନ ଜନମ,
କାନ୍ଦି କାନ୍ଦି ହରି ଗଲିଣି ତ ସରି
ପୋଡ଼ୁ ଏ ହୀନ କରମ ୥ ୦ ୥

ହେଲି ମୁଁ ସଂସାରେ
ଘୋର ଅଭିଶାପ,
ଯହିଁ ଗଲି ତହିଁ
ବିଞ୍ଚିଅଛି ପାପ;
ଜଗତର ତପ୍ତ ଲୋତକ-ପ୍ରବାହେ
ହେଉଅଛି ଭାସମାନ ୥ ୧ ୥

ଅଶାନ୍ତିର ମନ୍ତ୍ର
ପଢ଼ିଲି ଜଗତେ,
ବୁଡ଼ିଅଛି ଏବେ
ସ୍ବଦେଶ ରକତେ;
ଧିକ ମୋର ରୂପ ଧିକ ଯଉବନ
ଧିକ ମୋର ଏ ଜୀବନ ୥ ୨ ୥

ଅସାର ସଂସାର
ଅପାର ଯାତନା
ଦେଉଅଛି ମୋତେ
ବିଷମ ଲାଞ୍ଛନ;
ପ୍ରେମମୟ ହରି କରୁଣା ବିସ୍ତାରି
ପାଦପଦ୍ମେ ଦିଅ ସ୍ଥାନ ୥ ୩ ୥

ଶଶ୍ମାନକ୍ରୋଡ଼ରେ ଶାୟିତ ଯନ୍ତ୍ରଣାକାତର ପ୍ରସନ୍ନକୁମାର ଏ ସୁମଧୁର ସଙ୍ଗୀତ ଶୁଣି ମୁଗ୍ଧ ହୋଇଥିଲେ୤ ତାଙ୍କର ରୁଧିରାକ୍ତ ମୁଖରେ ହାସ୍ୟର ବିମଳ ରେଖା ଝଲସି ଦିଶିଲା୤ କେଉଁ ଅଜ୍ଞାତ ପ୍ରଦେଶରୁ ଅମୃତ ଝଙ୍କାର ଆସି ତାଙ୍କୁ ଗୋଟିଏ ମୋହମୟ ଶାନ୍ତିମୟ ରାଜ୍ୟକୁ ନେଇଗଲା୤ ସେଠାରେ ସେ ସ୍ବର୍ଗର ଚିତ୍ର ଦେଖିବାକୁ ପାଇଲେ୤ କିଏ ଯେପରି ତାଙ୍କ ନିକଟକୁ ଆସି ଚିରପରିଚିତ ବୀଣାଜିଣା ସ୍ବରରେ ତାଙ୍କୁ ଡାକି ଗୋଟିଏ ସ୍ବପ୍ନମୟ କୁଞ୍ଜରେ ତାଙ୍କୁ ବସାଇ ନିଜେ ତାଙ୍କ ନିକଟରେ ବସିଲା୤ ପ୍ରସନ୍ନକୁମାରଙ୍କ ଶରୀର ପୁଲକିତ ହୋଇଗଲା୤ ସେ ଅଲୌକିକ ସୌନ୍ଦର୍ଯ୍ୟ, ଅପ୍ସରାସମ୍ଭବ ଜ୍ୟୋତି, କିନ୍ନରକଣ୍ଠ ତାଙ୍କ ମନରେ ଯେପରି ପ୍ରାଚୀନ ସ୍ମୃତି ଅଙ୍କିତ କଲା୤ ସେ ଚକ୍ଷୁ ଖୋଲି ଦେଖିଲେ, ତାଙ୍କ ନିକଟରେ ଜଣେ ମୁକୁଳିତ କେଶପାଶା, ଗୈରିକବସନୀ, ଅନିନ୍ଦ୍ୟସୁନ୍ଦରୀ ସନ୍ୟ୍ନାସିନୀ-ମୂର୍ତ୍ତି ବସିଛନ୍ତି୤ ତାଙ୍କୁ ଦେଖି ପ୍ରସନ୍ନକୁମାରଙ୍କ ଶରୀରରେ ସିଂହ-ବିକ୍ରମ ଉଦିତ ହେଲା୤ ସେ ଗାତ୍ରୋତ୍‌ଥାନ କରି ସନ୍ୟ୍ନାସିନୀଙ୍କୁ ଆଲିଙ୍ଗନ କରି କହିଲେ, ‘ବିମଳା ! ବିମଳା…’ ଆଉ କହିପାରିଲେ ନାହିଁ୤ ତାଙ୍କ ଶରୀର ଅବସନ୍ନ ହୋଇଗଲା୤ ଶରୀରର କ୍ଷତସ୍ଥାନମାନଙ୍କରୁ ପ୍ରବଳ ବେଗରେ ରୁଧିର ବହିବାକୁ ଲାଗିଲା୤ ପ୍ରାଣହୀନ ପିଣ୍ଡ ଧରାଲୁଣ୍ଠିତ ହେଲା୤

ବିମଳା ଏହା ଦେଖି ବିକଳରେ ରୋଦନ କରିବାକୁ ଲାଗିଲା୤ ତାହାର ଜୀବନର ଧ୍ରୁବତାରା ଅସ୍ତମିତ ହେଲା୤ ସେ ଉତ୍ତରୀୟ ମଧ୍ୟରୁ ତୀକ୍ଷ୍ଣ ଛୁରିକା ବାହାର କରି ନିଜ ବକ୍ଷଦେଶରେ ବିଦ୍ଧ କଲା୤

ଯନ୍ତ୍ରଣା ପ୍ରତି ଲକ୍ଷ୍ୟ ନ କରି ରୁଧିରାକ୍ତ କଳେବରରେ ପ୍ରସନ୍ନକୁମାରଙ୍କ ରୁଧିରାକ୍ତ ଶରୀରକୁ ଆଲିଙ୍ଗନ କଲା୤ ଆହା ! ସେ ଅନ୍ତିମ ଆଲିଙ୍ଗନ…ସେ ଅନ୍ତିମ ଚୁମ୍ବନ କେତେ ପବିତ୍ର…କେତେ ମଧୁର ! ସେ ଲୋତକରେ ଅମୃତ, ରକ୍ତରେ ମନ୍ଦାକିନୀ !

ଏ ସ୍ବାର୍ଥତ୍ୟାଗର ପବିତ୍ର ତପୋବନ ହିଁ ସ୍ବର୍ଗ !

ପୃଷ୍ଠା ସଂଖ୍ୟା : 1 2 3 4 5 6

ତୁଣ୍ଡ ବାଇଦ :
  ଲେଖା ପଠାନ୍ତୁ - ନିୟମାବଳୀ →
 
ଦୟାନିଧି ମିଶ୍ର
ଦୟାନିଧି ମିଶ୍ର
ଓଡ଼ିଆ କଥା ସାହିତ୍ୟରେ ଦୟାନିଧି ମିଶ୍ର(୧୮୯୧-୧୯୫୫) ଜଣେ ନିଆରା ଲେଖକ ଭାବେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଥିଲେ୤ ସେ ଜଣେ ଶିକ୍ଷକ, ଆଇନଜୀବୀ ଓ ରାଜନେତା ଭାବେ ସ୍ବାଧୀନତା ପୂର୍ବବର୍ତ୍ତୀ ଓଡ଼ିଶାରେ ନିଜର କର୍ମମୟ ଜୀବନ ଅତିବାହିତ କରିଥିଲେ୤ ଏକତ୍ର ବିରତ୍ବ ଓ ପ୍ରଣୟର ଉପସ୍ଥାପନା କୌଶଳ, ବିଷୟବସ୍ତୁଗୁଡ଼ିକର ବିଭାଗୀକରଣ, ଆରମ୍ଭର ବୈଚିତ୍ର୍ଯ, ବିଷୟ ଗ୍ରନ୍ଥିର କ୍ରମ ଉନ୍ମୋଚନ, ବିଭିନ୍ନ ପରିସ୍ଥିତିରେ ଆବେଗ ଓ ଉତ୍ତେଜନାର ସମାବେଶ ହେଉଛି ଦୟାନିଧିଙ୍କ ଲେଖାର ବୈଶିଷ୍ଟ୍ଯ୤ ତାଙ୍କ ରଚିତ ଏବଂ ପ୍ରକାଶିତ ଗ୍ରନ୍ଥ ମଧ୍ୟରେ... [ କ୍ରମେ ସବିଶେଷ ]
ଦୟାନିଧି ମିଶ୍ରଙ୍କ ଅନ୍ୟାନ୍ୟ ଲେଖା →
 
ଆପଣଙ୍କ ମତାମତ ?
କମ୍ପ୍ୟୁଟର୍ keyboardର F12 ବୋତାମ୍ ଟିପି ଓଡିଆରେ ଲେଖିବା ଆରମ୍ଭ କରନ୍ତୁ କିମ୍ବା ଓଡିଆ କି-ବୋର୍ଡ୍ ( ପୃଷ୍ଠାର ଶୀର୍ଷ-ଦକ୍ଷିଣ ପାର୍ଶ୍ବରେ ) ନିର୍ଦ୍ଧାରଣ କରି ଲେଖନ୍ତୁ୤ ଓଡିଆ ଲେଖିବା ପାଇଁ କୌଣସି ବିଶେଷ softwareର ଆବଶ୍ୟକତା ନାହିଁ୤




ବି.ଦ୍ର: ବ୍ୟକ୍ତିଗତ ଗୋପନୀୟତା ଦୃଷ୍ଟିରୁ, ନିଜର ଇ-ମେଲ୍ କିମ୍ବା ଫୋନ୍ ନଂ ଏହି ମତାମତ ବିଭାଗରେ ପ୍ରକାଶ ନ କରିବା ପାଇଁ ଅନୁରୋଧ୤