ଯୋଗାଯୋଗ
/  ଅନ୍‌ଲାଇନ୍ ଓଡ଼ିଆ
/  
/  

Loading...

ଇଚ୍ଛା ପୁରଣ

ବିଶାଳ ଘଞ୍ଚ ବଣ। ବଣ ଭିତରେ ଥାଆନ୍ତି ଜଣେ ସିଦ୍ଧ ଯୋଗୀ। ଅନ୍ୟାନ୍ୟ ବହୁ ଜଙ୍ଗଲ ସହ ସେ ବଣଟି ବି କଟା ଚାଲିଥାଏ ନିର୍ବିଚାରରେ। ବିଶ୍ବ ବନ ଦିବସରେ ପାଖ ସହରରେ ସଭାଟିଏ ହେଲା। ମନ୍ତ୍ରୀ ଆସିଥିଲେ। ତେଣୁ ସହରର ବହୁ ବରିଷ୍ଠ ସରକାରୀ କର୍ମଚାରୀ ମଧ୍ୟ ସନ୍ଧ୍ୟାରେ ଅନ୍ୟାନ୍ୟ କାର୍ଯ୍ୟ ଛାଡ଼ି ସେ ସଭାରେ ଉପସ୍ଥିତ ଥିଲେ। ଢେର ଭାଷଣ ହେଲା। ଶେଷକୁ ମନ୍ତ୍ରୀ କହିବାକୁ ଉଠିଲେ। ଜଙ୍ଗଲର ସଂରକ୍ଷଣର ଆବଶ୍ୟକତା ଉପରେ ଲମ୍ବା ଭାଷଣ ଦଉ ଦଉ ସେ କହି ପକାଇଲେ ମୁଁ ଶୁଣିଛି, ଏ ବଣ ଭିତରେ ଜଣେ ସିଦ୍ଧିଯୋଗୀ ଅଛନ୍ତି। ତାଙ୍କ ମନ୍ତ୍ର ବଳରେ ଯଦି ବାଘ ଆସି ବଣରୁ କାଠ କାଟୁଥିବା ଆଉ ଚୋରାଚାଲାଣ କରୁଥିବା ଲୋକମାନଙ୍କୁ ଖାଇଯାନ୍ତା ତାହେଲେ ବୋଧେ ଏ ଜଙ୍ଗଲଟି ରକ୍ଷା ପାଇଯାନ୍ତା। ଉପସ୍ଥିତ ଲୋକେ ଯେଉଁମାନଙ୍କ ମଧ୍ୟରେ ସରକାରୀ ଅମଲା ହିଁ ଅଧିକ ଥିଲେ, ମନ୍ତ୍ରୀଙ୍କ ଏମନ୍ତ ଲଘୁ ଓ ତରଳ କଥାରେ ହୋ ହୋ ହୋଇ ହସି ଉଠିଲେ।

ସେଇ ଯେଉଁ କହନ୍ତିନି, ବେଳେ ବେଳେ ମଣିଷ କଣ୍ଠରେ ବ୍ରହ୍ମା ଆସି ବସି ଯାଆନ୍ତି, ଆଉ ସେତେବେଳେ ମଣିଷ ଯାହା କହେ ତା ସତ ହୋଇଯାଏ- ଠିକ୍‌ ସେଇ ଘଟଣାଟି ଘଟିଲା। ମନ୍ତ୍ରୀଙ୍କ କଥା କେମିତି କେଜାଣି ସିଦ୍ଧ ଯୋଗୀଙ୍କ କାନରେ ପଡ଼ିଗଲା ଆଉ ସେ ମନ୍ତ୍ରୀଙ୍କ କଥା ଅନୁସାରେ କାର୍ଯ୍ୟ କରିଦେଲେ।

ପରଦିନ ସହରରେ ହୁଲସ୍ତୁଲ! ସବୁଠିଁ ଗୋଟିଏ ଖବର-ମନ୍ତ୍ରୀଙ୍କୁ ବାଘ ଖାଇଯାଇଛି।

ପାଠକୀୟ ଆଦୃତି

99 ଦୃଷ୍ଟି ଆକର୍ଷଣ
ମତାମତ ସଂଖ୍ୟା

ତୁଣ୍ଡ ବାଇଦ

ମୃଣାଳ ଚାଟାର୍ଜୀ

ପ୍ରଥମେ ଜଣେ ସାମ୍ବାଦିକ ଭାବେ ନିଜର କର୍ମମୟ ଜୀବନ ଆରମ୍ଭ କରିଥିବା ମୃଣାଳ ଚାଟାର୍ଜୀ ସମ୍ପ୍ରତି ଢେଙ୍କାନାଳ ସ୍ଥିତ ଭାରତୀୟ ଗଣଯୋଗାଯୋଗ ପ୍ରତିଷ୍ଠାନର ମୁଖ୍ୟ ଭାବେ କାର୍ଯ୍ୟରତ। ମୁଖ୍ୟତଃ ରମ୍ୟ ରଚନା ଏବଂ ବ୍ୟଙ୍ଗ ଗଳ୍ପ ଲେଖୁଥିବା ମୃଣାଳ ଏବେ ରାଜ୍ୟର ବିଭିନ୍ନ ଓଡ଼ିଆ ସମ୍ବାଦପତ୍ରରେ ନିୟମିତ ସ୍ତମ୍ଭ ଲେଖିବା ସହ ଏକାଧିକ ପତ୍ରିକାରେ ମଧ୍ୟ ଲେଖନୀ ଚାଳନା ଜାରି ରଖିଛନ୍ତି।

ନିଜର ଲେଖା ପାଇଁ ଅଜସ୍ର ପାଠକୀୟ ସ୍ବୀକୃତୀ ହାସଲ କରିଥିବା ମୃଣାଳ ବହୁ ପୁରସ୍କାର ଓ ସମ୍ମାନରେ ସମ୍ବର୍ଦ୍ଧିତ। ତାଙ୍କର ପ୍ରକାଶିତ ପୁସ୍ତକ ଗୁଡ଼ିକ ମଧ୍ୟରେ “ଜଗତେ ଥିବ ଯେତେଦିନ”, “ଯମରାଜ-୫୦୦୩ ଉପନ୍ୟାସ”, “ରଙ୍ଗଢଙ୍ଗ” ଆଦି ବେଶ୍ ପରିଚିତ।

କ୍ରମେ ସବିଶେଷ →
ଆଉ କେତୋଟି ସଂଗ୍ରହ

ଗମ୍ଭାରୀ ଗଛ

ବିଛଣାରେ ପଡି ପଡି ଶମ୍ଭୁନାଥ ବିଳିବିଳି ହେଉଥିଲେ। ଅସ୍ପଷ୍ଟ ପାଟିରେ ପୁଅକୁ କହୁଥିଲେ, ଗମ୍ଭାରୀ ଗଛଟାକୁ ଆଇତିରେ ରଖିଥିବୁରେ ବେନୁଆ, ସେଇଟା ତୋ ବୋଉର ଶେଷ ସନ୍ତକ।…

ଭାବମୂର୍ତ୍ତି

ବାବ୍‌ଲୁ ଖବରଟା ଦେଲା। ମୁନା, ଶୁଣିଲୁଣି ହିମାଂଶୁଟା ପାଗ୍‌ଲା ହୋଇଗଲାଣି। –ପାଗଳ ହୋଇଗଲାଣି? ସକାଳୁ ସକାଳୁ ଏମିତି ମର୍ମନ୍ତୁଦ ଖବରରେ ମୁଁ ଆବଶ୍ୟକ ମୁତାବକ ମର୍ମାହତ ହେଲି।…

କବିତା / ଥ୍ରିଲର୍

ଶ୍ରାବଣର ଏକ ମଖମଲି ଅପରାହ୍ନ। ମଝିରେ ମଝିରେ ମେଘ ଗର୍ଜି ଘୋଷଣା କରୁଥାଏ ବର୍ଷାର ଆଗମନୀକୁ। ରଜତର ରୁମ୍ ଭିତରକୁ ଝଲ୍‌କା ଝଲ୍‌କା ବିଜୁଳିର ଉଜ୍ଜ୍ବଳତା ଧସେଇପଶୁଥାଏ।…

-: ପାଠକୀୟ ମତାମତ :-

 ଏହି ୱେବ୍‌ସ୍ଥଳୀରେ ଓଡ଼ିଆରେ କିପରି ଲେଖିବେ!
ଏହି ପୃଷ୍ଠାର ଶୀର୍ଷ ଭାଗରେ ଦିଆଯାଇଥିବା <ଫୋନେଟିକ୍ ବା ଅନ୍ୟ କି-ବୋର୍ଡ୍ > ଚୟନକରି ଓଡ଼ିଆରେ ଟାଇପ୍ କରନ୍ତୁ। ସେଥି ମଧ୍ୟରୁ ଫୋନେଟିକ୍ କି-ବୋର୍ଡ୍ ରେ ଟାଇପ୍ କରିବା ଖୁବ୍ ସହଜ। ପ୍ରଦତ୍ତ Inscript ଓ Modular କି-ବୋର୍ଡ୍ ଅଭିଜ୍ଞ ବ୍ୟକ୍ତିଙ୍କ ନିମନ୍ତେ ପ୍ରଯୁଜ୍ୟ। ଓଡ଼ିଆରେ ଟାଇପ୍ କରିବା ପାଇଁ, ଏହି ୱେବ୍‌ସ୍ଥଳୀରେ କୌଣସି ବିଶେଷ softwareର ଆବଶ୍ୟକତା ନାହିଁ।

ଇଂରାଜୀରୁ-ଓଡ଼ିଆରେ କିପରି ଟାଇପ୍ କରିବେ, ନିମ୍ନ ମାର୍ଗଦର୍ଶିକା ଇ-ପୁସ୍ତିକାରେ ସବିଶେଷ ସୂଚନା ଦିଆଯାଇଛି (୩ଟି ପ୍ରକାର ଓଡ଼ିଆ କି-ବୋର୍ଡ୍ ଅନୁଯାୟୀ)।

F12 (କିମ୍ବା Fn + F12) ବୋତାମ୍‌ ଟିପି, ଇଂରାଜୀ ଓ ଓଡ଼ିଆ କି-ବୋର୍ଡ୍ ମଧ୍ୟରେ ଅଦଳବଦଳ କରିପାରିବେ।

ଆପଣଙ୍କ ନାମ *

ଇ-ମେଲ୍ *

ସହର ଓ ରାଜ୍ୟ/ଦେଶର ନାମ *

ଉପରୋକ୍ତ ଲେଖା ଉପରେ ଆପଣଙ୍କ ମନ୍ତବ୍ୟ *

ads
ବ୍ୟଙ୍ଗ ରଚନା
ବିଦେଶରେ ସାହିତ୍ୟ
ଓଡ଼ିଶାର ମହାମନିଷୀ
ଆମ ଠିକଣା

ଓଡ଼ିଆସାହିତ୍ୟ
ଘର ନଂ.- S3H1-2, ଆର୍-ଡି-ଏ କଲୋନୀ
କଳିଙ୍ଗ ବିହାର, ଛେଣ୍ଡ୍
ରାଉରକେଲା-୭୬୯୦୧୫
ଟେଲିଫୋନ୍ ନଂ : ୮୭୬୩୨-୫୪୫୫୭
(ସୋମ - ଶନିବାର : ଦି ୧୦ ରୁ ସଂ ୬:୩୦)

ଲେଖା ପଠାନ୍ତୁ  
ଶୀର୍ଷପୃଷ୍ଠା TOP