ଯୋଗାଯୋଗ
/  ଅନ୍‌ଲାଇନ୍ ଓଡ଼ିଆ
/  
/  

Loading...

ଲିଙ୍ଗରାଜ ଏବଂ ଓଡ଼ିଶାରେ ଅଶୋକାଷ୍ଟମୀ

ଏକ୍ରାମ କ୍ଷେତ୍ରର ଅଧୀଶ୍ବର ପ୍ରଭୁ ଲିଙ୍ଗରାଜଙ୍କର ଚତୁର୍ଦ୍ଦଶ ଯାତ୍ରା ମଧ୍ୟରୁ ଅଶୋକାଷ୍ଟମୀ ଅନ୍ୟତମ। ଚୈତ୍ର ମାସ ଶୁକ୍ଳପକ୍ଷ ପୁନର୍ବସୁ ନକ୍ଷତ୍ରଯୁକ୍ତ ଅଷ୍ଟମୀ ତିଥିରେ ଅନୁଷ୍ଠିତ ହେଉଥିବା ପ୍ରଭୁ ଲିଙ୍ଗରାଜଙ୍କର ରଥଯାତ୍ରା ଉତ୍ସବରେ ପ୍ରଭୁଙ୍କୁ ଅଶୋକ ଫୁଲର କଢ଼ି ସମର୍ପଣ କରାଯାଉଥିବା ହେତୁ ଏହାକୁ ଅଶୋକାଷ୍ଟମୀ କୁହାଯାଏ। ପୁରାଣ ଅନୁଯାୟୀ, ରାବଣଦ୍ବାରା ଅପହୃତା ମାତା ସୀତା ଅଶୋକ ବନରେ ଥିବା ସମୟରେ ପୁନର୍ବସୁ ନକ୍ଷତ୍ରଯୁକ୍ତ ଏହି ଅଷ୍ଟମୀ ତିଥିରେ ପ୍ରଭୁ ରାମଙ୍କ ସହିତ ପୁନର୍ମିଳନ ପାଇଁ ସେ ଅଶୋକ କଢ଼ି ଦ୍ବାରା ଶିବ ଆରାଧନା କରିଥିଲେ। ସେହି ପରମ୍ପରା ଅନୁଯାୟୀ ନିଜର ଏବଂ ନିଜ ପରିବାରର ଦୁଃଖ ଦୁର୍ଦ୍ଦଶା ଦୂରୀକରଣ ପୂର୍ବକ ଶାନ୍ତି ଓ ସମୃଦ୍ଧି ପ୍ରାପ୍ତି ପାଇଁ ଏହି ଦିନ ହିନ୍ଦୁ ନାରୀମାନେ ବ୍ରତ ପାଳନ ପୂର୍ବକ ଆଠଗୋଟି ଅଶୋକ କଢି ଶିବଙ୍କୁ ସମର୍ପଣ କରି ନିଜର ଉପବାସ ଭଙ୍ଗ କରିଥାନ୍ତି।

ଅନ୍ୟ ଏକ ମତ ଅନୁଯାୟୀ, ରାବଣକୁ ମାରି ବ୍ରହ୍ମହତ୍ୟା ପାପ ଅର୍ଜନ କରିଥିବା ହେତୁ କୁଳଗୁରୁ ବଶିଷ୍ଠଙ୍କ ପରାମର୍ଶକ୍ରମେ ଭଗବାନ ରାମଚନ୍ଦ୍ର ସପରିବାରେ ଏକାମ୍ର ବନକୁ ଆସି ପ୍ରଭୁ ଲିଙ୍ଗରାଜଙ୍କର ପୂଜା ଅର୍ଚ୍ଚନା କରିଥିଲେ। ଏଥିରେ ଲିଙ୍ଗରାଜ ସନ୍ତୁଷ୍ଟ ହୋଇ ରାମେଶ୍ବରଠାରେ ମନ୍ଦିର ପ୍ରତିଷ୍ଠା ପୂର୍ବକ ପୂଜା ଅର୍ଚ୍ଚନା କରିବାକୁ ରାମଚନ୍ଦ୍ରଙ୍କୁ କହିଥିଲେ ଏବଂ ବର ଯାଚନା କରିଥିଲେ। ପ୍ରତ୍ୟେକ ବର୍ଷ ଚୈତ୍ର ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ରାମେଶ୍ବର ପୀଠକୁ ଆସି ପୂଜା ଗ୍ରହଣ କରିବା ପାଇଁ ରାମଚନ୍ଦ୍ରଙ୍କ ଅନୁରୋଧ ରକ୍ଷା କରିବାକୁ ବଚନବଦ୍ଧ ହୋଇଥିବାରୁ, ପ୍ରଭୁ ଲିଙ୍ଗରାଜ ଏହିଦିନ ରଥଯାତ୍ରାରେ ରାମେଶ୍ବର ମନ୍ଦିର ଆସି ପୁରୁଷୋତ୍ତମ ରାମଚନ୍ଦ୍ର ଓ ତାଙ୍କ ଭାଇମାନଙ୍କ ପୂଜା ଆତିଥ୍ୟ ଗ୍ରହଣ କରିଥାନ୍ତି। ଲିଙ୍ଗରାଜ ମହାପ୍ରଭୁଙ୍କର ଚଳନ୍ତି ପ୍ରତିମା ଚନ୍ଦ୍ରଶେଖରଙ୍କ ସହିତ ବାସୁଦେବ ଓ ଲକ୍ଷ୍ମୀରୂପୀ ରୁକ୍ମିଣୀ ରଥଯାତ୍ରାରେ ଯାଉଥିବା ହେତୁ ରୁକ୍ମିଣୀଙ୍କ ନାମରେ ଏହି ରଥକୁ ରୁକୁଣା ରଥ କୁହାଯାଏ।

ଓଡ଼ିଶାର ଗେଜେଟିଅରର୍ସ-ପୁରୀ (୧୯୭୭ ମସିହା) ତଥ୍ୟାନୁଯାୟୀ ବସନ୍ତ ପଞ୍ଚମୀ ଦିନ ମନ୍ଦିରର ବାଉରୀ ସେବକକୁ ନୂତନ ବସ୍ତ୍ର ଦେଇ ରଥକାଠ ସଂଗ୍ରହ କରିବାକୁ ବରଣ କରାଯାଏ। ସେମାନେ ଶିବରାତ୍ରିର ଆଠ ଦିନ ପୂର୍ବରୁ ଜଙ୍ଗଲକୁ ଯାଇ ସେଠାରେ ରଥକାଠ ଚୟନ ପୂର୍ବକ ପୂଜାର୍ଚ୍ଚନା କରି ମନ୍ଦିରକୁ ଆଣନ୍ତି ଏବଂ ଶିବରାତ୍ରି ପରେ ରଥ କାମ ଆରମ୍ଭ ହୁଏ। ଏହି ରଥ ଚାରିଚକ ବିଶିଷ୍ଟ ହୋଇଥିବାବେଳେ ଏହାର ଉଚ୍ଚତା ୩୫ ଫୁଟ ହୋଇଥାଏ। ରଥ ଉପରିସ୍ଥ ପତାକାରେ ଅର୍ଦ୍ଧଚନ୍ଦ୍ର ଚିହ୍ନ ଅଙ୍କିତ ହୋଇଥାଏ। ରଥର ଚାରିପାର୍ଶ୍ବରେ ସୂର୍ଯ୍ୟ, ବରୁଣ, ଅଗ୍ନି, ଇନ୍ଦ୍ର, ଦୁର୍ଗା, ଶିବ, ଯମ ଓ କାର୍ତ୍ତିକେୟଙ୍କ ମୂର୍ତ୍ତି କାଠରେ ଖୋଦିତ ହୋଇଥାଏ। ରଥଯାତ୍ରା ପୂର୍ବ ଦିନ ପୁରୀରୁ ନିମନ୍ତ୍ରିତ ହୋଇ ଆସିଥିବା କ୍ଷେତ୍ରବାସୀ ବ୍ରାହ୍ମଣଙ୍କ ଦ୍ବାରା ରଥ ମାର୍ଜନା ଓ ପବିତ୍ରକରଣ କରାଯିବା ପରେ ରଥ ଶୀର୍ଷରେ ପତାକା ଖଞ୍ଜାଯାଇଥାଏ। ଏହାକୁ ନେତ ଉତ୍ସବ କୁହାଯାଏ। ଏକାମ୍ର ପୁରାଣ ଅନୁଯାୟୀ, ଏହି ନେତ ଉତ୍ସବ ରାତିରେ କୌଣସି ବନ୍ଧ୍ୟାନାରୀ ମୁକ୍ତେଶ୍ବର ମନ୍ଦିରର ମରିଚିକୁଣ୍ଡରେ ଉଲଗ୍ନ ହୋଇ ସ୍ନାନ କଲେ ପୁତ୍ର ସନ୍ତାନ ପ୍ରାପ୍ତି ହୋଇଥାଏ।

ଅଶୋକାଷ୍ଟମୀ ଦିନ ପ୍ରାତଃ କାଳରେ ପ୍ରଥମେ ମନ୍ଦିରର ମଙ୍ଗଳ ଆଳତୀ, ସାହାଣ ମେଲା, ମହାସ୍ନାନ ଓ ଅନ୍ୟପୂଜା ଆଦି ସମାପନ ପରେ ପ୍ରଥମେ ରୁକୁଣାରଥକୁ ପୂଜା କରାଯାଏ। ରଥର ମଝିରେ ରୁକ୍ମିଣୀ, ଡାହାଣ ପାର୍ଶ୍ବରେ ଚନ୍ଦ୍ରଶେଖର ଏବଂ ବାମ ପାର୍ଶ୍ବରେ ବାସୁଦେବ ବିରାଜମାନ ହୁଅନ୍ତି। ଏହାପରେ ରଥଟଣା ଆରମ୍ଭ ହୋଇଥାଏ। ରଥଟଣା ସରିବା ପରେ ରଥ ଯାଇ ମାଉସୀମା’ ଛକ ନିକଟରେ ଥିବା ରାମେଶ୍ବର ମନ୍ଦିରରେ ରହେ। ପ୍ରଭୁ ଲିଙ୍ଗରାଜ ସେଠାରେ ପାଞ୍ଚ ଦିନ ରହି ପୁନର୍ବାର ନିଜ ମନ୍ଦିରକୁ ବାହୁଡି ଆସନ୍ତି। ଅଶୋକାଷ୍ଟମୀ ଉତ୍ସବ ଭୁବନେଶ୍ବର ସମେତ ନିରାକାରପୁର ନିକଟସ୍ଥ ଡିଆ ଗ୍ରାମର ଅଧୀଶ୍ବର କପିଳେଶ୍ବର ଓ ପୁରୀ ଜିଲ୍ଲାର ଷୋଳଶାସନ ଅର୍ନ୍ତଗତ ରାୟ ଚକ୍ରଧରପୁରର ନୀଳକଣ୍ଠେଶ୍ବର ଦେବଙ୍କ ଉଦ୍ଦେଶ୍ୟରେ ମଧ୍ୟ ପାଳିତ ହୁଏ।

ପାଠକୀୟ ଆଦୃତି

119 ଦୃଷ୍ଟି ଆକର୍ଷଣ
ମତାମତ ସଂଖ୍ୟା

ତୁଣ୍ଡ ବାଇଦ

ଓଡିଆ ସାହିତ୍ୟ ଡଟ୍‌ କମ୍‌ ,

ଆଉ କେତୋଟି ସଂଗ୍ରହ

ଶ୍ରୀ ଜଗନ୍ନାଥଙ୍କ ଅଣସର ସମୟରେ ଶ୍ରୀ ଅଲାରନାଥଙ୍କ ଦର୍ଶନର ମାହାତ୍ମ୍ୟ

ଭୁବନେଶ୍ବର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଣସର ବା ଅନବସର ସମୟରେ ବ୍ରହ୍ମଗିରିସ୍ଥ ଶ୍ରୀ ଅଲାରନାଥ ଦେବଙ୍କ କଥା ସମସ୍ତଙ୍କର ମନେପଡ଼େ। ଏପରିକି ବୈଷ୍ଣବଧର୍ମର ପ୍ରଚାରକ ଶ୍ରୀ ଚୈତନ୍ୟ ଶ୍ରୀଜଗନ୍ନାଥଙ୍କ…

-: ପାଠକୀୟ ମତାମତ :-

 ଏହି ୱେବ୍‌ସ୍ଥଳୀରେ ଓଡ଼ିଆରେ କିପରି ଲେଖିବେ!
ଏହି ପୃଷ୍ଠାର ଶୀର୍ଷ ଭାଗରେ ଦିଆଯାଇଥିବା <ଫୋନେଟିକ୍ ବା ଅନ୍ୟ କି-ବୋର୍ଡ୍ > ଚୟନକରି ଓଡ଼ିଆରେ ଟାଇପ୍ କରନ୍ତୁ। ସେଥି ମଧ୍ୟରୁ ଫୋନେଟିକ୍ କି-ବୋର୍ଡ୍ ରେ ଟାଇପ୍ କରିବା ଖୁବ୍ ସହଜ। ପ୍ରଦତ୍ତ Inscript ଓ Modular କି-ବୋର୍ଡ୍ ଅଭିଜ୍ଞ ବ୍ୟକ୍ତିଙ୍କ ନିମନ୍ତେ ପ୍ରଯୁଜ୍ୟ। ଓଡ଼ିଆରେ ଟାଇପ୍ କରିବା ପାଇଁ, ଏହି ୱେବ୍‌ସ୍ଥଳୀରେ କୌଣସି ବିଶେଷ softwareର ଆବଶ୍ୟକତା ନାହିଁ।

ଇଂରାଜୀରୁ-ଓଡ଼ିଆରେ କିପରି ଟାଇପ୍ କରିବେ, ନିମ୍ନ ମାର୍ଗଦର୍ଶିକା ଇ-ପୁସ୍ତିକାରେ ସବିଶେଷ ସୂଚନା ଦିଆଯାଇଛି (୩ଟି ପ୍ରକାର ଓଡ଼ିଆ କି-ବୋର୍ଡ୍ ଅନୁଯାୟୀ)।

F12 (କିମ୍ବା Fn + F12) ବୋତାମ୍‌ ଟିପି, ଇଂରାଜୀ ଓ ଓଡ଼ିଆ କି-ବୋର୍ଡ୍ ମଧ୍ୟରେ ଅଦଳବଦଳ କରିପାରିବେ।

ଆପଣଙ୍କ ନାମ *

ଇ-ମେଲ୍ *

ସହର ଓ ରାଜ୍ୟ/ଦେଶର ନାମ *

ଉପରୋକ୍ତ ଲେଖା ଉପରେ ଆପଣଙ୍କ ମନ୍ତବ୍ୟ *

ads
ବ୍ୟଙ୍ଗ ରଚନା
ବିଦେଶରେ ସାହିତ୍ୟ
ଓଡ଼ିଶାର ମହାମନିଷୀ
ଆମ ଠିକଣା

ଓଡ଼ିଆସାହିତ୍ୟ
ଘର ନଂ.- S3H1-2, ଆର୍-ଡି-ଏ କଲୋନୀ
କଳିଙ୍ଗ ବିହାର, ଛେଣ୍ଡ୍
ରାଉରକେଲା-୭୬୯୦୧୫
ଟେଲିଫୋନ୍ ନଂ : ୮୭୬୩୨-୫୪୫୫୭
(ସୋମ - ଶନିବାର : ଦି ୧୦ ରୁ ସଂ ୬:୩୦)

ଲେଖା ପଠାନ୍ତୁ  
ଶୀର୍ଷପୃଷ୍ଠା TOP