ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର
-ଉତ୍କଳଗୌରବ ମଧୁସୂଦନ ଦାସ
ସକାଳ ବେଳା ମେଘୁଆ ପାଗ ଯେଉଁଥିଲାଗି ପିଲମାନଙ୍କ ମନ ଖରାପ ଆଜି ବର୍ଷା ନହେଉ ତଥାପି ସେଇ କଳାମେଘ ଯେମିତି ଝୁଙ୍କି ଆସିଲା ଶ୍ମଶାନ ପାଖ ବଡ ବରଗଛ ମୁଣ୍ଡ ଉପରକୁ
ଗାଁ ନାଁ ଛୋଟସାତୁଡି ବିଭୂପଦ ଘଡେଇର ଦି’ଟା ଚାଳଘର ସାମନାରେ ସରୁ ଅଗଣା ସେଇ ଅଗଣାରେ ଠିଆ ହୋଇ ଆକାଶ ଆଡକୁ ଚାହିଁ ମେଘକୁ ଘଉଡେଇବାକୁ ଚାହୁଁଛନ୍ତି ପିଲା ତିନୋଟି
“ଲେମ୍ବୁ ପକାଇ କର ଚା’, ଦୂର ମେଘ ଦୂରକୁ ଯାଆ”
“ଲେମ୍ବୁ ପକାଇ କର ଚା’, ଦୂର ମେଘ ଦୂରକୁ ଯାଆ”
ମେଘ ସେଇ ଶିଶୁମାନଙ୍କ କଥା ଶୁଣେ ତେବେ ଏତେ ପାଖକୁ ଆସି କିଛିଟା ବର୍ଷା ନକଲେ ବି ମେଘର ମର୍ଯ୍ୟାଦା ହାନି ହେବ
ପ୍ରଥମେ ଗୁମ୍ସୁମ୍ ଥିଲା ହଠାତ୍ ଉଠିଲା ସଁ ସଁ କରି ବଡ ବଡ ଗଛଗୁଡାକର ଡାଳପତ୍ର ଭୀଷଣଭାବରେ ଏପଟସେପଟ ହେବାରେ ଲାଗିଥିଲେ ତାପରେ ଘୁଁ ଘୁଁ ଗର୍ଜନ କରି କହିଲା ଆସୁଛି ଆସୁଛି ଆସିଲା ଝମ୍ଝମ୍ କରି ଏକବାରେ ବଡ ବଡ ଠୋପା ଭୀଷଣ ଜୋର୍ରେ ବର୍ଷିଗଲା ଦଶମିନିଟ୍ ଧରି ପୁଣି ଆକାଶ ପୁରାପୁରି ସଫା ଝଲ୍ଝଲ୍ ହୋଇ ଦେଖାଦେଲା ସୁର୍ଯ୍ୟ ଠିକ୍ ଯେମିତି ହସୁଛି.. ହସିବତ ! ମାତ୍ର ମାସ ଦୁଇଟା ପୂର୍ବରୁ ବର୍ଷା ପାଇଁ କେତେ ହାହାକାର କେତେ ପ୍ରାର୍ଥନା, କେତେ ବେଙ୍ଗମାରି ଓଲଟାଇ ଦେବା ଘଟଣା ଆଉ ୟାଭିତରେ ପୁଣି କହୁଚ କ’ଣ ନା ବର୍ଷା ଲୋଡା ନାହିଁ ! ବଡ ବିଚିତ୍ର ଏଇ ମଣିଷ
ସେ ମେଘ ପୁଣି ଫେରି ଆସିବ ଏବେ ଖାଲି ଏଇ ପିଲାମାନଙ୍କ ଆବେଦନରେ ଘୁଞ୍ଚିଗଲା କିଛି ଦୂରକୁ ଆଜି ସେମାନେ ବୁଲିଯିବେ ରାସ୍ତାଘାଟ ଏମିତି ବି ପଙ୍କରେ ଲତପତ ବର୍ଷା ଚାଲୁ ରହିଲେ ଏବେ ବାହାରିବାର ପ୍ରଶ୍ନ ନଥିଲା ପିଲାମାନେ ଆଉ ଧୈର୍ଯ୍ୟ ଧରି ରହିପାରୁ ନାହାନ୍ତି
ବିଭୂପଦ ଠିଆ ହୋଇଛି ବାହାରେ ସୁରବାଳାର ଟିକେ ଡେରି ହଉଚି ବିଭୂପଦ ଥରେ ଡାକ ଛାଡିଲା, କାଇଁ ଆଉ ଡେରି କରୁଛ ? ବେଳାବେଳି ପହଞ୍ଚିବାକୁ ହେବ ଝିଅଟା ବି ରଡିଛାଡି କହିଲା, ବୋଉ, ଆ ବୋଉ…
ଝିଅଟା ବୟସ ସାତ ଭାଇ ଦୁଇଟାଙ୍କ ଭିତରୁ ଗୋଟାକର ନଅ, ଗୋଟାକର ଛଅଏକଦମ ସାନକୁ ଲଣ୍ଡା କରାଯାଇଛି କିଛିଦିନ ଆଗେ ବହୁତ ଉକୁଣି ହୋଇଥିଲା ହାତରେ ଗୋଟେ ପୁଟୁଳି ଧରି ବାହାରି ଆସିଲା ସୁରବାଳା ଦୁଆର ଶିକୁଳି ଦେଇ ଗୋଟେ ଛୋଟ ତାଲା ଝୁଲାଇ ଦେଲା
ସୁରବାଳାର ବୟସ ତିରିଶ ପାଖାପାଖି ହେବ ଧେଡେଙ୍ଗା ଚେହେରା, ଅଦ୍ଭୂତ ନିଥର ପରି ମୁହଁ ସେ ମୁହଁରେ ରାଗ, ଦୁଃଖ, ଆନନ୍ଦ, ଅଭିମାନ କିଛି ବି ଯେମିତି ଫୁଟେନା
ଚାବିଟା ବିଭୂପଦକୁ ଦେଇ ସେ କହିଲା, ଚାଲ
ଟିକେ ପୂର୍ବରୁ ପତ୍ନୀକୁ ସେ ପାଟି କରୁଥିଲା ଏଥର କିନ୍ତୁ ଚାବିଟା ହାତରେ ଧରି କିଛିକ୍ଷଣ ଚୁପ୍ ରହି ପ୍ରଶ୍ନ କଲା ସତରେ ଯିବୁ ?
ସୁରବାଳା କହିଲା, ହଁ ଯିବି ବୋଲି ଠିକ୍ କରିଛି ତ !
ବିଭୂପଦ ପ୍ରଶ୍ନ କଲା, ପିଲାମାନଙ୍କୁ ନେଇଯିବା ?
ସୁରବାଳା କହିଲା, ହଁ ଚାଲନ୍ତୁ ସେମାନେ
ତିନୋଟିଯାକ ପିଲା ଏକାସ୍ବରରେ ରଡିକଲେ, ଆମେ ଯିବୁ, ଆମେ ଯିବୁ
( ପରବର୍ତ୍ତୀ ପୃଷ୍ଠା ଦେଖନ୍ତୁ → )
ମତାମତ ସଂଖ୍ୟା - ୧୬ ଆପଣଙ୍କ ମତାମତ ?
୧. SATYAM BHUYAN | ମେ ୧୪, ୨୦୧୧ - ୧୨:୪୯ ଅପରାହ୍ନ
very good story
୨. Pradip kumar Satapathy | ମେ ୨୫, ୨୦୧୧ - ୩:୧୫ ପୂର୍ବାହ୍ନ
Bahut Badhiya Padhiki Kanda Asi Jauchi
୩. ନରେନ୍ଦ୍ର ନାଥ ପଟ୍ଟନାୟକ | ଡିସେମ୍ବର୍ ୧୨, ୨୦୧୧ - ୨:୪୯ ଅପରାହ୍ନ
ମାଁ ମନର ନିଚ୍ଛକ ବର୍ଣ୍ଣନା ଏମିତି ଅନେକ୍ ସୁରବାଳାଙ୍କୁ ନିଇତି ଆମେ ଦେଖୁ କିନ୍ତୁ ସେମାନଙ୍କ ବାବଦରେ ଗଳ୍ପ କବିତା ସାହିତ୍ୟ ଲେଖିବା ବ୍ୟତୀତ ଆଉ କିଛି ବି କରିବା ସତରେ ଆମ ସାଧ୍ୟ ବାହାରେ କି ? ଅବଶ୍ୟ ମୋ ଜୀବନରେ ଏମିତି ଜଣେ ସୁରବାଳାକୁ ବିକ୍ରୀ ହେବା ମୁହୂର୍ତ୍ତରେ ଉଦ୍ଧାର କରି ଆଣିବାର ସୌଭାଗ୍ୟ ଜୁଟିଛି କେବଳ ସେ ନୁହେଁ – ତା”ର ପରବର୍ତ୍ତୀ ପୀଢି ବର୍ତ୍ତିଗଲେ …
୪. ଚନ୍ଦନ ମିଶ୍ର | ଫେବୃଆରୀ ୧୮, ୨୦୧୨ - ୧:୩୨ ଅପରାହ୍ନ
ସତରେ ଏକ ହୃଦୟ ବିଦାରକ କାହାଣୀ
୫. ସୌମ୍ୟରଞ୍ଜନ ଦାଶ | ଫେବୃଆରୀ ୧୯, ୨୦୧୨ - ୧୨:୧୪ ଅପରାହ୍ନ
ଏଇଭଳି କାହାଣୀ ଆହୁରି ପ୍ରକାଶ କରନ୍ତୁ
୬. ଆଦିତ୍ୟ ମିଶ୍ର | ଫେବୃଆରୀ ୧୯, ୨୦୧୨ - ୨:୧୫ ଅପରାହ୍ନ
କାହାଣୀର ବର୍ଣ୍ଣନା ଖୁବ୍ ଉଚ୍ଚ କୋଟିର
୭. ଦେବ ମିଶ୍ର | ଫେବୃଆରୀ ୧୯, ୨୦୧୨ - ୧୦:୩୬ ଅପରାହ୍ନ
ଅନୁବାଦକ ମହାଶୟ ଖୁବ୍ ଖୁସି ଲାଗିଲା ଏତେ ସୁନ୍ଦର କାହାଣୀ ତୋଳି ଆଣିବାରୁ | ନିଚ୍ଛକ ବର୍ଣ୍ଣନା ଆଖିରେ ଲୁହ ଆଣିଦେଲା | ଆଗକୁ ଆହୁରି ନୂତନ୍ ନୂତନ୍ କାହାଣୀ ଲେଖନ୍ତୁ | odiasahitya.com ଓଡିଆଂକର ପ୍ରାଣ ପାଲଟିଚି |
୮. ରାକେଶ କୁମାର | ମାର୍ଚ୍ଚ୍ ୨୧, ୨୦୧୨ - ୧୨:୩୨ ପୂର୍ବାହ୍ନ
ବହୁତ ଭଲ ଲେଖା ଅଟେ /
୯. ପାର୍ଥ | ମାର୍ଚ୍ଚ୍ ୨୪, ୨୦୧୨ - ୯:୨୪ ପୂର୍ବାହ୍ନ
ଅନୁବାଦଟି ମୌଳିକ ରଚନା ସ୍ତରକୁ ଉତ୍ତୀର୍ଣ୍ଣ ହୋଇ ପାରିଛି,ଏହା କମ୍ କଷ୍ଟକର ସାଧନା ନୁହେଁଧନ୍ୟବାଦ୍
୧୦. sanat | ମେ ୧୯, ୨୦୧୨ - ୯:୩୪ ପୂର୍ବାହ୍ନ
କି ସୁନ୍ଦର୍ ଲେଖା, କି ସୁନ୍ଦର୍ ଅନୁବାଦ…….ଚମତ୍କାର୍…..
୧୧. hemant | ମେ ୨୫, ୨୦୧୨ - ୧:୧୬ ଅପରାହ୍ନ
ଖୁବ୍ ସୁନ୍ଦର ହେଇଚି.
୧୨. kedar | ଅଗଷ୍ଟ୍ ୧୭, ୨୦୧୨ - ୧୦:୧୩ ପୂର୍ବାହ୍ନ
ବହୁତ ଭଲ ହେଇଛି
୧୩. ଦୁଷ୍ମନ୍ତ କୁମାର ଜେନା, ଓଡିଶା | ଜାନୁଆରୀ ୭, ୨୦୧୩ - ୯:୫୪ ପୂର୍ବାହ୍ନ
ଅନ୍ୟ ଜୀବ ତ ମାଂସ ବିକେନା! ମଣିଷ କାହିଁକି ? ଏଇଥି ପାଇଁ କଣ ଆମେ ଶ୍ରେଷ୍ଠ ଜୀବ ? ସଂଜମତା କାହା ଅଭିଧାନ ର ଶବ୍ଦ, ମଣିଷ ର ନାଁ ଅନ୍ୟର ? ଆମର ଉତ୍ତରଣ ହେଉ ଧନ୍ୟବାଦ୍
୧୪. JAJATI NAIK | ଜୁନ୍ ୨୫, ୨୦୧୩ - ୪:୫୧ ପୂର୍ବାହ୍ନ
Heart touching story
୧୫. swadhin, nagpur | ମାର୍ଚ୍ଚ୍ ୧୩, ୨୦୧୪ - ୧୦:୪୭ ଅପରାହ୍ନ
ବହୁତଭଲ ହେଇଛି
୧୬. Sunil Kumar biswal, Bhubaneswar | ମାର୍ଚ୍ଚ୍ ୯, ୨୦୧୮ - ୪:୧୯ ପୂର୍ବାହ୍ନ
ଅନୁବାଦକ ମହାଶୟ ଖୁବ୍ ଖୁସି ଲାଗିଲା ଏତେ ସୁନ୍ଦର କାହାଣୀ ତୋଳି ଆଣିବାରୁ | ନିଚ୍ଛକ ବର୍ଣ୍ଣନା ଆଖିରେ ଲୁହ ଆଣିଦେଲା | ଆଗକୁ ଆହୁରି କାହାଣୀ ଲେଖନ୍ତୁ | dhanyabad . bahuta kandamaduchi.