ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର
-ଉତ୍କଳଗୌରବ ମଧୁସୂଦନ ଦାସ
ନବ ବିକଶିତ ଫୁଲ ଗନ୍ଧ
ନବ ସରସ କବିତା ଛନ୍ଦ
ବନ ବିହଗ ମଧୁର ତାନ
ଶିଶୁ ସରଳ ତରଳ ଗାନ
ନବ ପ୍ରଫୁଲ୍ଲ କମଳ କାନନ
ନବ ସୁକୁମାର ଶିଶୁ ଆନନ୍ଦ
ଅମୃତମୟ ଅମୃତ ରୟ
ଭସାଇ ନେଉଛି ଜୀବନ
ଧୀର ଚକିତ ଶୀତଳ ବାତ
ଚିର ଲଳିତ କୁମୁଦ ନାଥ
କ୍ଷୀର ଧବଳ ଚନ୍ଦ୍ରିକା ଜାଲ
ନୀର ଦାନ ଦକ୍ଷ ଘନମାଳ
ମୃଦୁ ମଧୁର ଆଲୋକ ଉଷାର
ନବ ପଲ୍ଲବ ପତିତ ତୁଷାର
ଅମୃତମୟ ଅମୃତ ରୟ
ମଜ୍ଜାଇ ଦେଉଛି ସଂସାର
ମିଟି ମିଟି ଜକ ଜକ ତାରା
ଟପ ଟପ ଜଳଧର ଧାରା
ତମନାଶନେ ଧାବିତ ଧଷ୍ଣି
ତମ ମୁକତ ଅବନୀ ହୃଷ୍ଟ
ଗିରିଗରଭ ପ୍ରସୂତ ନିର୍ଝର
ଦୂର ଲମ୍ଫିତ ପ୍ରପାତ ଝର୍ଝର
ଅମୃତମୟ ଅମୃତରୟ
ଜୀବନ କରୁଛି ଜର୍ଜର
ମୁଁ ତ ଅମୃତ ସାଗର ବିନ୍ଦୁ
ନଭେ ଉଠିଥିଲି ତେଜି ସିନ୍ଧୁ
ଖସି ମିଶିଛି ଅମୃତ ଧାରେ
ଗତି କରୁଛି ସେ ଅକୂପାରେ
ପଥେ ଶୁଖିଗଲେ ପାପ ତାପରେ
ହୋଇ ଶିଶିର ଖସିବି ତା ପରେ
ଅମୃତମୟ ଅମୃତରୟ
ସହିତ ମିଶିବି ସାଗରେ
ମତାମତ ସଂଖ୍ୟା - ୨ ଆପଣଙ୍କ ମତାମତ ?
୧. ରାଜେଶ କୁମାର ସାହୁ, GANJAM | ମେ ୧୬, ୨୦୨୦ - ୮:୪୫ ପୂର୍ବାହ୍ନ
ସ୍ଵଭାଵ କବି ଗଙ୍ଗାଧର ମେହେରଙ୍କ କ୍ଷମା ଓ ଖଦ୍ୱେତର ଖେଦ କବିତାଗୁଡିକୁ ସ୍ଥାନିତ କରନ୍ତୁ। ଏହି କବିତା ଦ୍ବୟ ବହୁତ ସୁନ୍ଦର।
୨. Gulsen Kumar, Paralkhemundi | ଫେବୃଆରୀ ୨୭, ୨୦୨୧ - ୪:୦୧ ପୂର୍ବାହ୍ନ
ଓଡ଼ିଆ ସବୁ କବିଙ୍କ ରଚନା ପାଠ ଆବଶ୍ୟକ