ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ନୀରବ
 |- ଉତ୍କଳମଣି ଗୋପବନ୍ଧୁ ଦାସ
 
 
ତା: ମେ ୧୫, ୨୦୧୪  
 

ନୀରବେ ପ୍ରସରେ କ୍ଷଣେ ଦିବ୍ୟ ଜ୍ୟୋତିଧାରା,
ନୀରବେ ଆକାଶେ ଉଦେ ରବି-ଶଶୀ-ତାରା,
ନୀରବେ ବଢ଼ଇ ତରୁଲତା-ମହୀଧର
ନୀରବ ନିଖିଳ ବିଶ୍ବ ନିଗୂଢ଼ ମନ୍ତର୤

ମହା-କାଳ-ପାରାବାର ଅନନ୍ତ ଗରଭେ
ମିଶଇ ସମୟ-ସ୍ରୋତ ସତତ ନୀରବେ,
ନୀରବେ ଜଗତ କରେ ନିଜ କକ୍ଷେ ଗତି
ନୀରବ ନିଖିଳ ବିଶ୍ବ ନିଗୂଢ ଶକତି୤

ନୀରବେ ପ୍ରେମିକ ନେତ୍ରେ ଅଶ୍ରୁ ଢଳ ଢଳ,
ନୀରବେ ସରସୀ-ବକ୍ଷେ ହସେ ଶତଦଳ,
ନୀରବେ ନିରାଶ ହୃଦେ ବହେ ଦୀର୍ଘଶ୍ବାସ,
ସୁଖେ ଦୁଃଖ ପରାଣର ନୀରବ ଆଶ୍ବାସ୤

ତେବେ କିପାଁ ଚଉଦିଗେ ଚହଳ ଚିତ୍କାର,
କିପାଁଇ ମାବନ କରେ ଏତେ ଅପଚାର?
ଚାହିଁ ଅନ୍ତରୀକ୍ଷ, ଚାହଁ ଆପଣା ଅନ୍ତର,
ଶୁଣ ଶିଖ ସାଧ ସଦା ନୀରବ ମନ୍ତର୤

ତୁଣ୍ଡ ବାଇଦ :
  ଲେଖା ପଠାନ୍ତୁ - ନିୟମାବଳୀ →
 
ଉତ୍କଳମଣି ଗୋପବନ୍ଧୁ ଦାସ
ଉତ୍କଳମଣି ଗୋପବନ୍ଧୁ ଦାସ
ଆଚାର୍ଯ୍ୟ ପ୍ରଫୁଲ୍ଲ ଚନ୍ଦ୍ର ରାୟଙ୍କ ଦ୍ବାରା “ଉତ୍କଳମଣି” ଉପାଧିରେ ଭୂଷିତ ଗୋପବନ୍ଧୁ ଦାଶ(୧୮୭୭-୧୯୨୮)ଙ୍କ ମହାପ୍ରୟାଣର ୭୦ ବର୍ଷ ପରେ ମଧ୍ୟ ସେ ଓଡ଼ିଆଙ୍କ ନିକଟରେ ଏକ ପରିଚିତ ନାମ୤ ୧୮୯୪ ମସିହାରୁ ୧୯୨୮ ମସିହା ପର୍ଯ୍ୟନ୍ତ ଗୋପବନ୍ଧୁ ଓଡିଶାର ସାହିତ୍ୟ, ସାମ୍ବାଦିକତା, ରାଜନୀତି, ଶିକ୍ଷାବ୍ୟବସ୍ଥା, ଗଣଆନ୍ଦୋଳନ ସହିତ ସାମଗ୍ରୀକଭାବେ ଓଡିଆ ଜାତିର ଅବଚେତନରେ ଆପଣାର ଅନତିକ୍ରାନ୍ତ ପ୍ରଭାବ ବିସ୍ତାର କରିଥିଲେ, ଯାହା ଆଜି ମଧ୍ୟ ମଳିନ ପଡ଼ିନାହିଁ୤ ଦେବତାର ଛଡାଫୁଲ ଓ ପାଦୁକା ଭକ୍ତ ନିକଟରେ ଯେଭଳି ପବିତ୍ରତମ ବସ୍ତୁ, ସେହିଭଳି ଗୋପବନ୍ଧୁଙ୍କର... [ କ୍ରମେ ସବିଶେଷ ]
ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଅନ୍ୟାନ୍ୟ ଲେଖା →
 

ମତାମତ ସଂଖ୍ୟା - ୨ ଆପଣଙ୍କ ମତାମତ ?

  • ୧. ଦାମୋଦର ବେହେରା, ଗୋହିରିବାଡ଼ି,ଗଞ୍ଜାମ |  ଅଗଷ୍ଟ୍ ୧୪, ୨୦୧୪ - ୧୨:୪୬ ଅପରାହ୍ନ

    ଗୋପବନ୍ଧୁ ଦାସ ଙ୍କ ଲେଖା ବହୁତ ଭଲଲାଗେ ।

  • ୨. ପ୍ରଶାନ୍ତ ଭୂୟାଁ, ଟରୋଣ୍ଟୋ |  ଜୁନ୍ ୧୬, ୨୦୨୦ - ୨:୪୪ ଅପରାହ୍ନ

    ସୁଧୀ ସୁହୃଦ ସମଗ୍ର
    ଏହି ମହାନ ଯୁଗପୁରୁଷଙ୍କ କର୍ମ ଓ ପ୍ରେରଣା ଏ ଜାତିକୁ ଉଦ୍‌ବୁଦ୍ଧ କରୁଥାଉ…!
    ସଶ୍ରଦ୍ଧ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି
    -ପ୍ରଭୂ

ଆପଣଙ୍କ ମତାମତ ?
କମ୍ପ୍ୟୁଟର୍ keyboardର F12 ବୋତାମ୍ ଟିପି ଓଡିଆରେ ଲେଖିବା ଆରମ୍ଭ କରନ୍ତୁ କିମ୍ବା ଓଡିଆ କି-ବୋର୍ଡ୍ ( ପୃଷ୍ଠାର ଶୀର୍ଷ-ଦକ୍ଷିଣ ପାର୍ଶ୍ବରେ ) ନିର୍ଦ୍ଧାରଣ କରି ଲେଖନ୍ତୁ୤ ଓଡିଆ ଲେଖିବା ପାଇଁ କୌଣସି ବିଶେଷ softwareର ଆବଶ୍ୟକତା ନାହିଁ୤




ବି.ଦ୍ର: ବ୍ୟକ୍ତିଗତ ଗୋପନୀୟତା ଦୃଷ୍ଟିରୁ, ନିଜର ଇ-ମେଲ୍ କିମ୍ବା ଫୋନ୍ ନଂ ଏହି ମତାମତ ବିଭାଗରେ ପ୍ରକାଶ ନ କରିବା ପାଇଁ ଅନୁରୋଧ୤
 
 
 

♦ ନିକଟରେ ପ୍ରକାଶିତ

♦ ପାଠକୀୟ ମତାମତ